ରାୟଗଡ଼ା(ମନୋଜ ପାତ୍ର): ରାୟଗଡ଼ା ଜେ.କେ. ପେପର୍ ମିଲ୍ରେ ଶ୍ରମିକ ଅଶାନ୍ତି ତୀବ୍ର ହେବାରେ ଲାଗିଛି । ଜଣେ ଶ୍ରମିକଙ୍କ ନିଲମ୍ବନ ପ୍ରତିବାଦରେ ବହୁ ସଂଖ୍ୟାରେ ଶ୍ରମିକ ଆଜି କାର୍ଯ୍ୟରେ ଯୋଗ ଦେଇନାହାନ୍ତି । ଫଳରେ କମ୍ପାନୀ କାମ ସାଂଘାତିକ ଭାବେ ପ୍ରଭାବିତ ହୋଇଛି ।
କାର୍ଯ୍ୟରେ ଅବହେଳାକୁ ନେଇ ଗତ ୧୩ ତାରିଖରେ ଜଣେ ଠିକା ଶ୍ରମିକକୁ କମ୍ପାନୀ କର୍ତ୍ତୃପକ୍ଷ ନିଲମ୍ବନ କରିଥିଲେ । ଏହାର ପ୍ରତିବାଦ କରିବା ସହ ତାଙ୍କୁ ପୁନଃ ନିଯୁକ୍ତି ଓ ବକେୟା ବୋନସ୍ ଟଙ୍କା ପ୍ରଦାନ ଦାବିରେ ଶ୍ରମିକମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ୨ ନମ୍ବର ଗେଟ୍ ଆଗରେ ସେମାନେ ସକାଳ ୮ଟାରୁ ଧାରଣାରେ ବସିଛନ୍ତି । ସେପଟେ ଏନେଇ ଜିଲ୍ଲା ପ୍ରଶାସନକୁ ଅବଗତ କରାଯାଇଥିବା କଂପାନୀ ପକ୍ଷରୁ କୁହାଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Jobs
ନିଯୁକ୍ତି ଆୟୋଗ ଅଧ୍ୟକ୍ଷମାନଙ୍କ ସହ ବୈଠକ: ସରକାରଙ୍କ ଟାର୍ଗେଟ୍ ୫ ବର୍ଷରେ ଦେଢ଼ଲକ୍ଷ ପଦବୀ ପୂରଣ
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ, ନିରପେକ୍ଷ ଓ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱ ଦେବା ସହ ଅତ୍ୟାବଶ୍ୟକ ସେବା ଯୋଗାଉଥିବା ବିଭାଗଗୁଡ଼ିକ ଯଥା- ସ୍ୱାସ୍ଥ୍ୟ, ଗୃହ, ଶିକ୍ଷା ଓ କୃଷି ବିଭାଗରେ ଖାଲି ପଡ଼ିଥିବା ପଦବୀଗୁଡ଼ିକୁ ଯଥାଶୀଘ୍ର ପୂରଣ ପାଇଁ ପରାମର୍ଶ ଦେଇଛନ୍ତି।
Miscellaneous
୧୫ ସୁଦ୍ଧା ସରିବ ରାସନକାର୍ଡ ଇ-କେୱାଇସି ଯାଂଚ: ରାଜ୍ୟ ବାହାରକୁ ଯାଉଛନ୍ତି ସରକାରୀ କର୍ମଚାରୀ
ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ରାସନକାର୍ଡ ଇ-କେୱାଇସି ଯାଂଚ ପ୍ରକ୍ରିୟା ୮୫ ପ୍ରତିଶତ ଶେଷ ହୋଇସାରିଲାଣି । ଏପର୍ଯ୍ୟନ୍ତ ଆଉ ପ୍ରାୟ ୫୦ଲକ୍ଷ ବ୍ୟକ୍ତିଙ୍କ ଇ-କେୱାଇସି ଯାଂଚ ବାକି ରହିଛି ।
Health
ଆୟୁଷ୍ମାନ ଭାରତରେ କାହାକୁ କେତେ ଟଙ୍କାର ବୀମା ମିଳିବ?
ଗୋପବନ୍ଧୁ ଜନ ଆରୋଗ୍ୟ ଓ ଆୟୁଷ୍ମାନ ଭାରତ ମିଶ୍ରଣରେ ଏହି ସୁବିଧା ମିଳିବ। ୩୦ ହଜାର ହସ୍ପିଟାଲରେ ଏହି ସୁବିଧା ଉପଲବ୍ଧ ହେବ
Miscellaneous
‘ଯମୁନା’ ରହୁଥିବା ଏନ୍କ୍ଲୋଜରରେ ଗାଧୋଇଲା ‘ଜିନ୍ନତ’
ଏନ୍କ୍ଲୋଜର ଭିତରକୁ ଗଲା ପରେ ‘ଜିନ୍ନତ’ ପ୍ରଥମେ ଦୌଡ଼ାଦୌଡ଼ି କରିଥିଲା। ତା’ପରେ ଏନ୍କ୍ଲୋଜର ଭିତରେ ଥିବା ପାଣି କୁଣ୍ଡରେ ଗାଧୋଇଥିଲା। ଦୀର୍ଘ ସମୟ ଧରି ସେ ପାଣି କୁଣ୍ଡରେ ପହଁରିଥିବା ଦେଖିବାକୁ ମିଳିଥିଲା।
Politics
ତଥାଗତଙ୍କ ଲେଖାକୁ ନେଇ ଚର୍ଚ୍ଚା; ନବୀନଙ୍କୁ ଘାଇଲା କଲେ
ସେ ଆହୁରି ଲେଖିଛନ୍ତି, ସାଧାରଣତଃ ପ୍ରଶାସନିକ ବ୍ୟବସ୍ଥାରେ ଜଣେ ଆଇଏଏସ୍ ଅଧିକାରୀ ସରକାରୀ ଚାକିରିରୁ ଅବସର ନେବା ପରେ ନିଜ ଜନ୍ମସ୍ଥାନକୁ ଫେରିବାର ଲକ୍ଷ୍ୟ କରାଯାଏ। କିନ୍ତୁ ପାଣ୍ଡିଆନ୍ଙ୍କୁ ଦଳର ମଙ୍ଗ ଧରାଇ ନବୀନ ନିଜେ ଓଡ଼ିଆ ଲୋକଙ୍କୁ ତାଚ୍ଛଲ୍ୟ କରିଥିଲେ।