କେନ୍ଦୁଝର: କେନ୍ଦୁଝର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଜଣେ ଯୁବତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା।
Advertisment
ଅଭିଯୋଗ ଅନୁସାରେ ଗୌରୀତୁଟା ସାହିର ସୁଷମା ନାଏକ ସିକଲ୍ସେଲ୍ ରୋଗରେ ପୀଡ଼ିତ ଥିଲେ। ଗତକାଲି ସେ ରକ୍ତ ନେବାପାଇଁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। କିନ୍ତୁ ଚିକିତ୍ସାରେ ବିଳମ୍ବ ହେବାରୁ ତାଙ୍କର ମୃତ୍ୟୁ ହୋଇଥିବା ଯୁବତୀଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୋଲିସ୍ ଘଟଣାର ତଦନ୍ତ କରୁଛି।
ଅନ୍ୟପକ୍ଷରେ ଡାକ୍ତର ଏସମ୍ପର୍କରେ କିଛି ଜାଣି ନ ଥିବା କହିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
