ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଚାନ୍ଦବାଲି(ବାସୁଦେବ ଦାସ): ଭଦ୍ରକ ଜିଲ୍ଲା ଚାନ୍ଦବାଲି-କଟକ ରାସ୍ତାର ତାରିଣୀ ଛକ ନିକଟରେ ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଓ ହମ୍ପସ୍‌ ଦାବିରେ ତାରିଣୀ ଛକ ନିକଟରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି। ସୂଚନାଯୋଗ୍ୟ, ଗତକାଲି ରାତିରେ ବିନିତରା ଗାଁର ସୁବାଷ ବିଶ୍ୱାଳ ଏକ ବାଇକ୍‌ରେ ଚାନ୍ଦବାଲିରୁ ଘରକୁ ଫେରୁଥିଲେ। ଏହି ସମୟରେ […]

568

568

Tapas Behera
  • Published: Thursday, 27 June 2019
  • Updated: 27 June 2019, 10:43 AM IST

Sports

Latest News

ଚାନ୍ଦବାଲି(ବାସୁଦେବ ଦାସ): ଭଦ୍ରକ ଜିଲ୍ଲା ଚାନ୍ଦବାଲି-କଟକ ରାସ୍ତାର ତାରିଣୀ ଛକ ନିକଟରେ ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଓ ହମ୍ପସ୍‌ ଦାବିରେ ତାରିଣୀ ଛକ ନିକଟରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି।

ସୂଚନାଯୋଗ୍ୟ, ଗତକାଲି ରାତିରେ ବିନିତରା ଗାଁର ସୁବାଷ ବିଶ୍ୱାଳ ଏକ ବାଇକ୍‌ରେ ଚାନ୍ଦବାଲିରୁ ଘରକୁ ଫେରୁଥିଲେ। ଏହି ସମୟରେ ବିପରୀତ ପଟୁ ଆସୁଥିବା ଆଉ ଏକ ବାଇକ୍‌ ସହ ତାଙ୍କର ଦୁର୍ଘଟଣା ହୋଇଥିଲା। ସୁବାଷଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଚାନ୍ଦବାଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ କଟକକୁ ସ୍ଥାନାନ୍ତରିତ କରାଯାଇଥିଲା। ହେଲେ ଚିକତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos