ଢ଼େଙ୍କାନାଳ(ଓଡ଼ିଶା ରିପୋର୍ଟର): ଢ଼େଙ୍କାନାଳ ଜିଲ୍ଲା ପରଜଙ୍ଗ ସରାଙ୍ଗସ୍ଥିତ IGIT କଲେଜ କ୍ୟାମ୍ପସରେ ଦୁଇ ଛାତ୍ରଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଉଗ୍ର ରୂପ ଧାରଣ କରିଛି। ତୃତୀୟ ଓ ଶେଷ ବର୍ଷ ଛାତ୍ରଙ୍କ ମଧ୍ୟରେ ସଂଘର୍ଷ ହୋଇଥିବାରୁ କ୍ୟାମ୍ପସରେ ବ୍ୟାପକ ପୋଲିସ ମୁତୟନ ହୋଇଛି ।
ଏନେଇ ଅବଗତ ହେବା ପରେ କଲେଜ ନିର୍ଦ୍ଦେଶକ କଡା ପଦକ୍ଷେପ ଗ୍ରହଣ କରି ବ୍ରହ୍ମୋସ ଓ ସୂର୍ଯ୍ୟ ଭବନର ଛାତ୍ରଙ୍କୁ କଲେଜ ଛାଡିବାକୁ ନିର୍ଦ୍ଦେଶକ ନୋଟିସ ଜାରି କରିଛନ୍ତି । ସୁରକ୍ଷାକୁ ଆଖି ଆଗରେ ରଖି କ୍ୟାମ୍ପସ୍ରେ ବ୍ୟାପକ ପୋଲିସ ମୁତୟନ ହୋଇଛି ।
ସୂଚନାଯୋଗ୍ୟ, ଗତ ରାତିରେ କଲେଜର ବିଟେକ ତୃତୀୟ ଓ ଶେଷ ବର୍ଷ ପିଲାଙ୍କ ମଧ୍ୟରେ ପ୍ରଥମେ କଥା କଟାକଟି ହୋଇଥିଲା । ପରେ ଏହା ଉଗ୍ର ରୂପ ଧାରଣ କରିବା ସହ ଉଭୟ ପକ୍ଷ ମଧ୍ୟରେ ଘମାଘୋଟ ଲଢେଇ ହୋଇଥିଲା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।