ଭୁବନେୱର(ଓଡ଼ିଶା ରିପୋର୍ଟର): କୋଭିଡ ଯୋଗୁଁ ବାପା, ମାଙ୍କୁ ହରାଇଥିବା ୧୨ ପିଲା ପାଇବେ ଭତ୍ତା। ମଧୁବାବୁ ଯୋଜନାରେ ଭତ୍ତା ଦେବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା ଓ ମୟୂରଭଂଜରୁ ୩ ଜଣ ଲେଖାଏଁ ପିଲା ପାଇବେ ଭତ୍ତା। ସେହିପରି ଭଦ୍ରକ, ରାୟଗଡ଼ା ଓ ଦେବଗଡ଼ରୁ ୨ ଜଣ ଲେଖାଏଁ ଭତ୍ତା ପାଇବେ । ଅନାଥ ଶିଶୁଙ୍କ ବ୍ୟାଙ୍କ ଆକାଉଣ୍ଟ ଖୋଲିବାରେ ସରକାର ସହଯୋଗ କରିବେ।
ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ପଣ୍ଡା ଏନେଇ ସୂଚନା ଦେଇଛନ୍ତି। କରୋନାରେ ବାପା ମାଆଙ୍କୁ ହରାଇ ଥିବା ଅନାଥଙ୍କୁ ମଧୁବାବ ପେନସନରେ ସାମିଲ କରାଯିବ। ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏ ନେଇ ତତ୍ପର ହୋଇଛି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ। କରୋନା କାଳରେ ଅନାଥ ହୋଇଥିବା ଶିଶୁଙ୍କ ତଥ୍ୟ ବ୍ଲକ ସ୍ତରରେ ରହିଛି।
ଅନାଥଙ୍କୁ ସେବା ଯୋଗାଇବା ଲାଗି ମଧୁବାବୁ ପେନସନ ଯୋଜନାରେ ଯୋଡି ହୋଇଛି। ଆଉ ଏକ ସେକ୍ସନ ଯାହା MBPY-COVID ଏହି ଯୋଜନାରେ ଅନାଥ ଶିଶୁଙ୍କୁ ମାସିକ ୫୦୦ଟଙ୍କା ଭତ୍ତା ପ୍ରଦାନ କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।