କୋଭିଡ ଯୋଗୁଁ ଅନାଥ ୧୨ ପିଲାଙ୍କୁ ମିଳିବ ଭତ୍ତା

ଭୁବନେୱର(ଓଡ଼ିଶା ରିପୋର୍ଟର): କୋଭିଡ ଯୋଗୁଁ ବାପା, ମାଙ୍କୁ ହରାଇଥିବା ୧୨ ପିଲା ପାଇବେ ଭତ୍ତା। ମଧୁବାବୁ ଯୋଜନାରେ ଭତ୍ତା ଦେବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା ଓ ମୟୂରଭଂଜରୁ ୩ ଜଣ ଲେଖାଏଁ ପିଲା ପାଇବେ ଭତ୍ତା। ସେହିପରି ଭଦ୍ରକ, ରାୟଗଡ଼ା ଓ ଦେବଗଡ଼ରୁ ୨ ଜଣ ଲେଖାଏଁ ଭତ୍ତା ପାଇବେ  । ଅନାଥ ଶିଶୁଙ୍କ ବ୍ୟାଙ୍କ ଆକାଉଣ୍ଟ ଖୋଲିବାରେ ସରକାର ସହଯୋଗ କରିବେ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ […]

Naveen Pattnaik

Tapas Behera
  • Published: Friday, 04 June 2021
  • , Updated: 04 June 2021, 06:30 PM IST

ଭୁବନେୱର(ଓଡ଼ିଶା ରିପୋର୍ଟର): କୋଭିଡ ଯୋଗୁଁ ବାପା, ମାଙ୍କୁ ହରାଇଥିବା ୧୨ ପିଲା ପାଇବେ ଭତ୍ତା। ମଧୁବାବୁ ଯୋଜନାରେ ଭତ୍ତା ଦେବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା ଓ ମୟୂରଭଂଜରୁ ୩ ଜଣ ଲେଖାଏଁ ପିଲା ପାଇବେ ଭତ୍ତା। ସେହିପରି ଭଦ୍ରକ, ରାୟଗଡ଼ା ଓ ଦେବଗଡ଼ରୁ ୨ ଜଣ ଲେଖାଏଁ ଭତ୍ତା ପାଇବେ  । ଅନାଥ ଶିଶୁଙ୍କ ବ୍ୟାଙ୍କ ଆକାଉଣ୍ଟ ଖୋଲିବାରେ ସରକାର ସହଯୋଗ କରିବେ।

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ପଣ୍ଡା ଏନେଇ ସୂଚନା ଦେଇଛନ୍ତି। କରୋନାରେ ବାପା ମାଆଙ୍କୁ ହରାଇ ଥିବା ଅନାଥଙ୍କୁ ମଧୁବାବ ପେନସନରେ ସାମିଲ କରାଯିବ। ସମ୍ପର୍କରେ ମୁଖ୍ୟମନ୍ତ୍ରୀ  ନିର୍ଦ୍ଦେଶ ଦେଇଥିଲେ।  ଏ ନେଇ  ତତ୍ପର ହୋଇଛି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ। କରୋନା କାଳରେ ଅନାଥ ହୋଇଥିବା ଶିଶୁଙ୍କ ତଥ୍ୟ ବ୍ଲକ ସ୍ତରରେ ରହିଛି।

ଅନାଥଙ୍କୁ ସେବା ଯୋଗାଇବା ଲାଗି ମଧୁବାବୁ ପେନସନ ଯୋଜନାରେ ଯୋଡି ହୋଇଛି। ଆଉ ଏକ ସେକ୍ସନ ଯାହା MBPY-COVID ଏହି ଯୋଜନାରେ ଅନାଥ ଶିଶୁଙ୍କୁ ମାସିକ ୫୦୦ଟଙ୍କା ଭତ୍ତା ପ୍ରଦାନ କରାଯିବ।

Related story