୬ ଶ୍ରମିକଙ୍କ ମୃତ୍ୟୁ ମାମଲାରେ ତଦନ୍ତ ନିର୍ଦ୍ଦେଶ ଦେଲେ ଆନ୍ଧ୍ର ରାଜ୍ୟପାଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଆନ୍ଧ୍ରପ୍ରଦେଶ ଗୁଣ୍ଟୁରରେ ନିଆଁରେ ପୋଡ଼ି ୬ ଶ୍ରମିକଙ୍କ ମୃତ୍ୟୁ ମାମଲାର ତଦନ୍ତ ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ।  ଏ ଦୁର୍ଘଟଣାରେ ୬ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାରୁ ଏହାକୁ ନେଇ ଆନ୍ଧ୍ର ରାଜ୍ୟପାଳ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସହାୟତା ପ୍ରଦାନ ଲାଗି ରାଜ୍ୟ ସରକାରଙ୍କ ସହ ଆଲୋଚନା କରିଛନ୍ତି । ସେହିଭଳି ଶ୍ରମିକମାନେ କାମ କରୁଥିବା ସଂପୃକ୍ତ କମ୍ପାନୀ ଯେଭଳି କ୍ଷତିପୂରଣ ପ୍ରଦାନ […]

bjp0000

bjp0000

Tapas Behera
  • Published: Saturday, 31 July 2021
  • Updated: 31 July 2021, 09:52 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଆନ୍ଧ୍ରପ୍ରଦେଶ ଗୁଣ୍ଟୁରରେ ନିଆଁରେ ପୋଡ଼ି ୬ ଶ୍ରମିକଙ୍କ ମୃତ୍ୟୁ ମାମଲାର ତଦନ୍ତ ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ।  ଏ ଦୁର୍ଘଟଣାରେ ୬ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାରୁ ଏହାକୁ ନେଇ ଆନ୍ଧ୍ର ରାଜ୍ୟପାଳ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସହାୟତା ପ୍ରଦାନ ଲାଗି ରାଜ୍ୟ ସରକାରଙ୍କ ସହ ଆଲୋଚନା କରିଛନ୍ତି ।

ସେହିଭଳି ଶ୍ରମିକମାନେ କାମ କରୁଥିବା ସଂପୃକ୍ତ କମ୍ପାନୀ ଯେଭଳି କ୍ଷତିପୂରଣ ପ୍ରଦାନ କରିବ, ଏବଂ ଘଟଣାରେ ଯେଉଁମାନେ ଦୋଷୀ, ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟପାଳ । ରାଜ୍ୟପାଳଙ୍କ ନିର୍ଦ୍ଦେଶ ପରେ ମୃତକଙ୍କ ପରିବାରକୁ ୩ ଲକ୍ଷ କ୍ଷତିପୂରଣ ଦେବାକୁ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଗତକାଲି ଗୁଣ୍ଟୁର ଜିଲ୍ଲା ରେପାଲ ସ୍ଥିତ ଲଙ୍କେଭାନିଡିବାରେ ଚିଙ୍ଗୁଡ଼ି କାରଖାନାରେ କାମ କରୁଥିବା ରାୟଗଡ଼ା ଜିଲ୍ଲା ଗୁଣୁପୁରର ୬ ଜଣ ଶ୍ରମିକ ରାତିରେ ଶୋଇଥିବା ଅବସ୍ଥାରେ ନିଆଁରେ ପୋଡ଼ି ହୋଇ ପ୍ରାଣ ହରାଇଥିଲେ। ଏପଟେ ଗୁଣୁପୁର ବିଧାୟକ ରଘୁନାଥ ଗମାଙ୍ଗୋ ଆଜି ଗୁଣ୍ଟୁର ଯାଇ ସେଠାର ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଆଜି ସମସ୍ତ ଶବ ବ୍ୟବଚ୍ଛେଦ ପରେ ଶବ ସଂସ୍କାର ପାଇଁ ନିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos