ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଗୁଆ ମିଳିବ କଳାକାର ଭତ୍ତା। ମୁଖ୍ୟମନ୍ତ୍ରୀଙ୍କ କଳାକାର ସହାୟତା ଯୋଜନା ଅଧିନରେ କଳାକାର ଭତ୍ତା ପାଉଥିବା ବ୍ୟକ୍ତିମାନଙ୍କୁ ୪ ମାସର ଆଗୁଆ ଭତ୍ତା ମିଳିବ। କୋଭିଡ୍-୧୯ ପାଇଁ ଏଭଳି ପଦକ୍ଷେପ ନିଆଯାଇଛି। ଗତମାସରୁ ଆସନ୍ତା ଜୁନ୍ ପର୍ଯ୍ୟନ୍ତ ୪ ମାସର ଭତ୍ତା ଦେବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଇ-ଟ୍ରାନ୍ସଫର ମାଧ୍ୟମରେ କଳାକାରଙ୍କ ଜମା ଖାତାରେ ପଇଠ ହେବ ଟଙ୍କା।
ସୂଚନାରୁ ପ୍ରକାଶ, ରାଜ୍ୟରେ ଦିନକୁ ଦିନ ‘କରୋନା’ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ସୁଦ୍ଧା ‘କରୋନା’ରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪୨ ଜଣ ଆକ୍ରାନ୍ତ ହୋଇ ଆଇସୋଲେସନ୍ରେ ଅଛନ୍ତି। ସେମାନଙ୍କୁ ବର୍ତ୍ତମାନ ଚିକିତ୍ସା କରାଯାଉଛି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନରେ ଅଛନ୍ତି। ସୁରକ୍ଷା ଦୃଷ୍ଟିରୁ ‘କରୋନା’ ଆକ୍ରାନ୍ତ ଚିହ୍ନଟ ଅଞ୍ଚଳକୁ ସିଲ୍ କରାଯାଇ ସାନିଟାଇଜ୍ କରାଯାଉଛି। ଲୋକଙ୍କୁ ଘରୁ ନବାହାରିବା ପାଇଁ ଅପିଲ୍ କରାଯାଉଛି। ସେମାନଙ୍କ ପାଖରେ ପ୍ରଶାସନ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।