ବଣାଇ (ରଞ୍ଜିତ ଚୌଧୁରୀ): ମିଠା ତିଆରି କରିବାକୁ ଯାଇଥିଲେ। ହେଲେ ପରିତ୍ୟକ୍ତ କୂଅରୁ ମିଳିଳା ମିଠା କାରିଗରଙ୍କ ମୃତଦେହ। ତାଙ୍କୁ ହତ୍ୟା କରି କୂଅରେ ଫିଙ୍ଗି ଦିଆଯାଇଥିବା ଅଭିଯୋଗ ହୋଇଛି। ଆଜି ଏପରି ଘଟଣା ସୁନ୍ଦରଗଡ଼ ଜିଲ୍ଲାରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା କେନାଭେଟା ଗାଁର ଗୋରାଚାନ୍ଦ ବେହେରା। ଗତକାଲି ରାତିରେ ସେ ମିଠା ତିଆରି କରିବାକୁ ଟିକାୟତପଲ୍ଲୀ ଥାନା କରେଇପୁଟ ଗାଁର ନନ୍ଦ କିଶୋର ସାହୁଙ୍କ ଘରକୁ ଯାଇଥିଲେ। ଏପରିକି ତାଙ୍କ ଘରେ ଗୋବିନ୍ଦ ମିଠା ତିଆରି କରିଥିଲେ।
ତେବେ ଆଜି ସକଳେ ଏକ ପରିତ୍ୟକ୍ତ କୂଅରେ ତାଙ୍କର ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା। ଗାଁ ଲୋକେ ଏନେଇ ଥାନାକୁ ଖବର ଦେଇଥିଲେ। ପୁଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି କୂଅରୁ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ଏହି ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ଶ୍ରୀ ବେହେରାଙ୍କୁ ହତ୍ୟା କରାଯାଇ କୂଅରେ ଫିଙ୍ଗି ଦିଆଯାଇଥିବା ମୃତକଙ୍କ ଭାଇ ଅଭିଯୋଗ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।