ସାମ୍ବାଦିକଙ୍କ ଗୋଡ଼ରେ ବେଡ଼ି ପକାଯିବା ଚିନ୍ତାଜନକ: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚିକିତ୍ସାଧୀନ ଅବସ୍ଥାରେ ଜଣେ କାର୍ଯ୍ୟରତ ସାମ୍ବାଦିକଙ୍କ ଗୋଡ଼ରେ ବେଡ଼ି ପକାଯିବା ଅତ୍ୟନ୍ତ ଦୁଃଖଦାୟକ ଓ ଗଭୀର ଚିନ୍ତାଜନକ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିବା ସହ ଏଭଳି କାର୍ଯ୍ୟରେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ, ପେଶାଦାର ଅପରାଧୀ ଭଳି ବାଲେଶ୍ୱର ଜିଲ୍ଲାର ନିଳଗରିରେ କାର୍ଯ୍ୟରତ ସାମ୍ବାଦିକ ଲୋକନାଥ ଦଳେଇଙ୍କ ଗୋଡ଼ରେ ବେଡ଼ି ପକାଯିବା ସୁସ୍ଥ ସମାଜରେ ଆଦୌ […]

Dharmendra-Pradhan

Dharmendra-Pradhan

Ordigital Desk
  • Published: Thursday, 07 April 2022
  • Updated: 07 April 2022, 09:12 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚିକିତ୍ସାଧୀନ ଅବସ୍ଥାରେ ଜଣେ କାର୍ଯ୍ୟରତ ସାମ୍ବାଦିକଙ୍କ ଗୋଡ଼ରେ ବେଡ଼ି ପକାଯିବା ଅତ୍ୟନ୍ତ ଦୁଃଖଦାୟକ ଓ ଗଭୀର ଚିନ୍ତାଜନକ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିବା ସହ ଏଭଳି କାର୍ଯ୍ୟରେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ, ପେଶାଦାର ଅପରାଧୀ ଭଳି ବାଲେଶ୍ୱର ଜିଲ୍ଲାର ନିଳଗରିରେ କାର୍ଯ୍ୟରତ ସାମ୍ବାଦିକ ଲୋକନାଥ ଦଳେଇଙ୍କ ଗୋଡ଼ରେ ବେଡ଼ି ପକାଯିବା ସୁସ୍ଥ ସମାଜରେ ଆଦୌ ଗ୍ରହଣୀୟ ନୁହେଁ। ଉଚ୍ଚପଦସ୍ଥ ଅଧିକାରୀମାନେ ସଠିକ୍ ତଦନ୍ତ କରି ଏଭଳି କାର୍ଯ୍ୟରେ ସମ୍ପୃକ୍ତ ଅଧିକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ୍ । ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ । ଓଡ଼ିଶାରେ ଗତ କିଛିଦିନ ମଧ୍ୟରେ ସାମ୍ବାଦିକମାନଙ୍କ ଉପରେ ବାରମ୍ବାର ଆକ୍ରମଣ ଘଟଣା ରାଜ୍ୟ ପାଇଁ ଶୁଭଙ୍କର ନୁହେଁ ।

ମାଲକାନଗିରିରେ ସାମ୍ବାଦିକମାନଙ୍କ ଉପରେ ପୁଲିସର ଦୁଃବ୍ୟବହାର ଓ ନିର୍ବାଚନ ସମୟରେ ଯାଜପୁର, ପିପିଲି ଓ ଅନେକ ସ୍ଥାନରେ ସାମ୍ବାଦିକମାନଙ୍କ ଉପରେ ଆକ୍ରମଣ ସମାଜ ପାଇଁ ଶୁଭଙ୍କର ନୁହେଁ । ଗଣତନ୍ତ୍ରରେ ଭିନ୍ନ ମତକୁ ସମ୍ମାନ ଦେବାକୁ ପଡ଼େ । ପୁଲିସ ପ୍ରଶାସନ ଉପରେ ସାଧାରଣ ଲୋକଙ୍କର ଭରସା ରହିଥାଏ । ଏହି ଭରସା ବଜାୟ ରଖିବାକୁ ହେଲେ ଉଚ୍ଚପଦସ୍ଥ ଅଧିକାରୀମାନେ ସଠିକ୍ ଭାବେ ତଦନ୍ତ କରି ଏଭଳି କାର୍ଯ୍ୟରେ ସମ୍ପୃକ୍ତ ଥିବା ଅଧିକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ଶ୍ରୀ ପ୍ରଧାନ ଦାବି କରିଛନ୍ତି ।

ସେହିପରି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ମଧ୍ୟ ଏହି ଘଟଣାରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଜନସାଧାରଣଙ୍କ ଏକମାତ୍ର ଭରସା ପୁଲିସ ପ୍ରଶାସନ କିନ୍ତୁ ଦୁର୍ଭାଗ୍ୟର ବିଷୟ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ କହୁଥିବା ସାମ୍ବାଦିକ ଯଦି ସୁରକ୍ଷିତ ନୁହଁନ୍ତି, ସାଧାରଣ ଜନତାଙ୍କ ସୁରକ୍ଷା ପ୍ରତି ଏହା ଏକ ବଡ଼ ପ୍ରଶ୍ନବାଚୀ । ରାଜ୍ୟରେ ବାରମ୍ବାର ସାମ୍ବାଦିକମାନଙ୍କ ଉପରକୁ ଆକ୍ରମଣ ଓ ଦୁର୍ବ୍ୟବହାର ସଭ୍ୟ ସମାଜ ପାଇଁ ଶୁଭଙ୍କର ନୁହେଁ ବୋଲି ସେ କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story