ଜାତୀୟ ପ୍ରସଙ୍ଗରେ ସହମତି ପାଇଁ କାମ କରିବାକୁ ଆହ୍ୱାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): “ଭାରତର ବିବିଧତା ହିଁ ଆମର ସବୁଠୁ ବଡ଼ ଶକ୍ତି। ଆମ ବିବିଧତାର ସୁରକ୍ଷା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଜାତୀୟ ପ୍ରସଙ୍ଗରେ ସହମତି ପାଇଁ ସମସ୍ତେ କାମ କରିବା ଦରକାର। ଏହା ଆମର ଗଣତନ୍ତ୍ରକୁ ଅଧିକ ଜୀବନ୍ତ କରିବା ସହ ଦେଶକୁ ଆହୁରି ଶକ୍ତିଶାଳୀ କରିବ।” ୭୨ତମ ସାଧାରଣତନ୍ତ୍ର ଦିବସ ଅବସରରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏଭଳି ଆହ୍ୱାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଆହ୍ୱାନ ହିଁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଜାତୀୟ ପ୍ରସଙ୍ଗରେ […]

naveen-patnik

Manoranjan Sial
  • Published: Tuesday, 26 January 2021
  • , Updated: 26 January 2021, 07:37 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): “ଭାରତର ବିବିଧତା ହିଁ ଆମର ସବୁଠୁ ବଡ଼ ଶକ୍ତି। ଆମ ବିବିଧତାର ସୁରକ୍ଷା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଜାତୀୟ ପ୍ରସଙ୍ଗରେ ସହମତି ପାଇଁ ସମସ୍ତେ କାମ କରିବା ଦରକାର। ଏହା ଆମର ଗଣତନ୍ତ୍ରକୁ ଅଧିକ ଜୀବନ୍ତ କରିବା ସହ ଦେଶକୁ ଆହୁରି ଶକ୍ତିଶାଳୀ କରିବ।” ୭୨ତମ ସାଧାରଣତନ୍ତ୍ର ଦିବସ ଅବସରରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏଭଳି ଆହ୍ୱାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଆହ୍ୱାନ ହିଁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଜାତୀୟ ପ୍ରସଙ୍ଗରେ ତାଙ୍କ ଦଳର ଆଭିମୁଖ୍ୟକୁ ପରୋକ୍ଷରେ ସ୍ପଷ୍ଟ କରାଇଛି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଭିଡିଓ ବାର୍ତ୍ତା ମାଧ୍ୟମରେ ସମ୍ବୋଧିତ କରି କହିଚନ୍ତି ଯେ, ଭାରତ ବହୁ ଭାଷା,ଧର୍ମ,ଜାତି,ମତ,ବର୍ଣ୍ଣ ଓ ବିଶ୍ୱାସକୁ ନେଇ ଗଠିତ । ବିଭିନ୍ନ ଅଂଚଳର ଭୂଗୋଳ ମଧ୍ୟ ଭିନ୍ନ ଭିନ୍ନ। ଏହି ବିବିଧତା ହିଁ ସବୁଠୁ ବଡ଼ ଶକ୍ତି । ଏହା ହିଁ ଆମ ସଂସ୍କୃତି ଓ ସମାଜକୁ ସମୃଦ୍ଧ କରିଛି। ସମ୍ବିଧାନରେ ଏହା ସୁନ୍ଦର ଭାବେ ପ୍ରତିଫଳିତ ହୋଇଛି ଓ ସମସ୍ତଙ୍କ ପାଇଁ ବିକାଶର ସମାନ ସୁଯୋଗ ସୃଷ୍ଟି କରିଛି। ଓଡ଼ିଶା ଆଜି ଦେଶର ବିକାଶ ମାନଚିତ୍ରରେ ନିଜର ସ୍ଥିତି ମଜଭୁତ କରିପାରିଛି। କୃଷି, ଶିଳ୍ପ ଓ ଭିତ୍ତଭୂମି ପରି ଅର୍ଥନୀତିର ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଓଡ଼ିଶା ଆଜି ଦୃଶ୍ୟମାନ ଉନ୍ନତି କରିପାରିଛି। ରାଜ୍ୟରେ ଜଳସେଚନ କ୍ଷମତା ଓ କୃଷି ଉତ୍ପାଦନ ବଢ଼ିଛି। ଚାଷୀର ରୋଜଗାର ବଢ଼ିଛି। ରାଜ୍ୟକୁ ନୂଆ ନୂଆ ପୁଞ୍ଜି ଆସିଛି। ଭିତ୍ତିଭୂମିର ବିକାଶ ଅର୍ଥନୀତିକୁ ଚଳଚଞ୍ଚଳ କରିବାକୁ ସୁଯୋଗ ସୃଷ୍ଟି କରିଛି। ବିଭିନ୍ନ କଲ୍ୟାଣକାରୀ ଯୋଜନାକୁ କାର୍ଯ୍ୟକାରୀ କରିବାରେ ଓଡ଼ିଶାର ସ୍ଥାନ ସମଗ୍ର ଦେଶରେ ସ୍ୱତନ୍ତ୍ର। ଏକ ସମୃଦ୍ଧ, ସଶକ୍ତ ଓ ସ୍ୱାଭିମାନୀ ଓଡ଼ିଶା ନିର୍ମାଣ ପାଇଁ ଦୃଢ଼ ପ୍ରତିବଦ୍ଧତାର ସହ ଆଗକୁ ବଢ଼ୁଛୁ। କଠିନ ପରିଶ୍ରମ, ଗଭୀର ନିଷ୍ଠା ଓ ସମସ୍ତଙ୍କ ସହଯୋଗ ହିଁ ଲକ୍ଷ୍ୟସ୍ଥଳରେ ପହଂଚାଇ ପାରିବ। ଏକ ନୂଆ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ୧୦ମାସ ହେଲା ସମଗ୍ର ବିଶ୍ୱ କରୋନା ସହ ଲଢ଼ୁଛି। ଓଡ଼ିଶା କରୋନା ମହାମାରୀକୁ ସଫଳତାର ସହ ନିୟନ୍ତ୍ରଣ କରିପାରିଛି। ଟୀକା ଆସିଥିଲେ ମଧ୍ୟ କୋଭିଡ୍ ଗାଇଡଲାଇନକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ଅନୁରୋଧ କରିଛନ୍ତି।

Related story