‘ଅମ୍ଫାନ’ ମୁକାବିଲା ପାଇଁ ଲୋକଙ୍କ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସମ୍ଭାବ୍ୟ ବାତ୍ୟା ‘ଅମ୍ଫାନ’କୁ ନେଇ ଆତଙ୍କିତ ନହୋଇ ଏହାର ମୁକାବିଲା ନିମନ୍ତେ ସରକାରଙ୍କୁ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁରୋଧ କରିଛନ୍ତି। ସମ୍ଭାବ୍ୟ ବାତ୍ୟା ଆଶଙ୍କା ଓ ଏହାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ସମୀକ୍ଷା କରିବା ସହ ଉପକୂଳବର୍ତ୍ତୀ ୧୨ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ମଧ୍ୟ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଥିଲେ। ବୈଠକ ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି […]

naveen-patnaik-1

naveen-patnaik-1

Manoranjan Sial
  • Published: Saturday, 16 May 2020
  • Updated: 16 May 2020, 08:15 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସମ୍ଭାବ୍ୟ ବାତ୍ୟା ‘ଅମ୍ଫାନ’କୁ ନେଇ ଆତଙ୍କିତ ନହୋଇ ଏହାର ମୁକାବିଲା ନିମନ୍ତେ ସରକାରଙ୍କୁ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁରୋଧ କରିଛନ୍ତି। ସମ୍ଭାବ୍ୟ ବାତ୍ୟା ଆଶଙ୍କା ଓ ଏହାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ସମୀକ୍ଷା କରିବା ସହ ଉପକୂଳବର୍ତ୍ତୀ ୧୨ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ମଧ୍ୟ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଥିଲେ।

ବୈଠକ ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡ଼ିଶାବାସୀ ମହାବାତ୍ୟାଠୁ ଆରମ୍ଭ କରି ଫନି, ତିତଲି , ବୁଲବୁଲ୍‌, ପାଇଲିନ୍ , ହୁଡହୁଡ୍ ଆଦି ଅନେକ ବାତ୍ୟାର ସଫଳ ମୁକାବିଲା କରିଛନ୍ତି। ତେଣୁ ଆତଙ୍କିତ ନହୋଇ ‘ଅମ୍ଫାନ’ର ମୁକାବିଲା ପାଇଁ ସରକାରଙ୍କୁ ସହଯୋଗ କରିବାକୁ ସାଧାରଣ ଲୋକଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ପ୍ରତିଟି ଜୀବନ ମୂଲ୍ୟବାନ। ଏହାକୁ ଦୃଷ୍ଟିରେ ରଖି ମୁକାବିଲା ଯୋଜନା ପ୍ରସ୍ତୁତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଏନଡିଆରଏଫ, ଓଡ୍ରାଫ୍ ଓ ଅଗ୍ନିଶମ ବାହିନୀକୁ ସଜାଗ ରଖିବା ସହ ବିପଦଶଙ୍କୁଳ ଅଞ୍ଚଳର ସାଧାରଣଙ୍କୁ ସୁରକ୍ଷିତ ସ୍ତାନକୁ ସ୍ଥାନାନ୍ତର କରିବା ପାଇଁ ଯୋଜନା ପ୍ରସ୍ତୁତ ସହ ବାତ୍ୟା ପରେପରେ ସଡ଼କ, ବିଜୁଳି ଓ ପାନୀୟଜଳ ଯୋଗାଣ ସ୍ୱାଭାବିକ କରିବା ନିମନ୍ତେ ବିକଳ୍ପ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ପୂର୍ତ୍ତ, ଶକ୍ତି, ପଞ୍ଚାୟତିରାଜ ଓ ପାନୀୟ ଜଳଯୋଗାଣ, ନଗର ଉନ୍ନୟନ ବିଭାଗକୁ ସମନ୍ୱୟ ରଖି କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ବୈଠକରୁ ଜଣାପଡ଼ିଛି ଯେ ବାତ୍ୟା ଯୋଗୁ ସର୍ବାଧିକ ପ୍ରଭାବିତ ହେବାକୁ ଥିବା ୪ଟି ଜିଲ୍ଲାରେ ପ୍ରାୟ ୧ଲକ୍ଷ ହେକ୍ଟର ରବି ଫସଲ ଓ ପନିପରିବା ପ୍ରଭାବିତ ହେବାର ଆଶଙ୍କା ଦେଖାଦେଇଛି। ‘ଅମ୍ଫାନ’ ବାତ୍ୟା ମୁକାବିଲା ପାଇଁ ୧୧ଲକ୍ଷ ଲୋକ ରହିପାରିବା ଭଳି ୫୬୭ ବାତ୍ୟା ଆଶ୍ରୟସ୍ଥଳ ଓ ୭ହଜାର ପକ୍କାଘର ପ୍ରସ୍ତୁତ ରଖାଯାଇଛି। ଏହାସହିତ ୩ଟି ଏନଡିଆରଏଫ, ୧୨ଟି ଓଡ୍ରାଫ୍ ଟିମ, ୩୫୫ ୟୁନିଟ୍ ଅଗ୍ନିଶମ ସେବା ବାହିନୀ ମୁତୟନ କରାଯାଇଛି।

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ‘ଅମ୍ଫାନ’ ପ୍ରଭାବରେ ମେ’ ୧୮ତାରିଖରୁ ଗୋଟିଏ-ଦୁଇଟି ସ୍ଥାନରେ ବର୍ଷା ହେବା ସହିତ ୧୯ ଓ ୨୦ ଦୁଇଦିନ ଧରି ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ପବନର ବେଗ ଘଣ୍ଟାକୁ ୯୫କିମି ଓ ସ୍ଥଳବିଶେଷରେ ଏହାଠୁ ଅଧିକ ହୋଇପାରେ ବୋଲି ସୂଚନା ଦିଆଯାଇଛି। ବୈଠକରେ ମୁଖ୍ୟସଚିବ ଅସିତ୍ କୁମାର ତ୍ରିପାଠୀ, ଏସଆରସି ପ୍ରଦୀପ କୁମାର ଜେନାଙ୍କ ସମେତ ବରିଷ୍ଠ ସଚିବ ଓ ୧୨ଟି ଜିଲ୍ଲାର ଜିଲ୍ଲାପାଳମାନେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାମିଲ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos