ବିରୋଧୀ ଦଳ ନେତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାରେ ସଂକ୍ରମିତ ହୋଇ ଏବେ ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଜେପି ବିଧାୟକ ଦଳ ନେତା ତଥା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଡାକ୍ତରମାନଙ୍କ ସହ ଆଲୋଚନା କରିଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏମ୍ସ ନିର୍ଦ୍ଦେଶିକା ଡାକ୍ତର ଗୀତାଞ୍ଜଳି ବାଟମାନାବାନେ ଓ ଅନ୍ୟ ଡାକ୍ତରଙ୍କ ସହ ବିରୋଧୀ ଦଳ ନେତାଙ୍କ ସ୍ୱାସ୍ଥ୍ୟବସ୍ଥା ପ୍ରସଙ୍ଗରେ ବିଚାରବିମର୍ଶ କରିଥିଲେ। କୋଭିଡ୍ ସଂକ୍ରମିତ […]

pradipta-nayak

Tapas Behera
  • Published: Tuesday, 11 May 2021
  • , Updated: 12 May 2021, 12:33 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାରେ ସଂକ୍ରମିତ ହୋଇ ଏବେ ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଜେପି ବିଧାୟକ ଦଳ ନେତା ତଥା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଡାକ୍ତରମାନଙ୍କ ସହ ଆଲୋଚନା କରିଛନ୍ତି।

ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏମ୍ସ ନିର୍ଦ୍ଦେଶିକା ଡାକ୍ତର ଗୀତାଞ୍ଜଳି ବାଟମାନାବାନେ ଓ ଅନ୍ୟ ଡାକ୍ତରଙ୍କ ସହ ବିରୋଧୀ ଦଳ ନେତାଙ୍କ ସ୍ୱାସ୍ଥ୍ୟବସ୍ଥା ପ୍ରସଙ୍ଗରେ ବିଚାରବିମର୍ଶ କରିଥିଲେ। କୋଭିଡ୍ ସଂକ୍ରମିତ ହେବାପରେ ଗତ ୧୬ଦିନ ଧରି ଶ୍ରୀ ନାଏକ ଏମ୍ସ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଏବେ ସେ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି। ଶ୍ରୀ ନାଏକଙ୍କ ଚିକିତ୍ସା କରୁଥିବା ଏମ୍ସ ଓ ଏସସିବି ମେଡିକାଲ କଲେଜର ଡାକ୍ତରମାନେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କର ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ଅବଗତ କରିଥିଲେ।

ଡାକ୍ତରମାନଙ୍କ କହିବା ଅନୁସାରେ ଶ୍ରୀ ନାଏକ ଏବେ କୋଭିଡ୍ ନେଗେଟିଭ୍ ଅଛନ୍ତି। କିନ୍ତୁ ତାଙ୍କର ଫୁସଫୁସ୍ ଅଧିକ ସଂକ୍ରମିତ ହୋଇଛି ଓ ସେଥିପାଇଁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ଏବେ ତାଙ୍କର ସ୍ୱାସ୍ଥ୍ୟବସ୍ଥା କ୍ରମାଗତ ଗୁରୁତର ହେବାରେ ଲାଗିଛି। ତାଙ୍କର ଆଶୁଆରୋଗ୍ୟ ପାଇଁ ଯଥାସମ୍ଭବ ପଦକ୍ଷେପ ନିଆଯାଉଛି। ଏମ୍ସ ନିର୍ଦ୍ଦେଶିକା ଡାକ୍ତର ଗୀତାଞ୍ଜଳି  ରାଜ୍ୟ ସରକାର ସମସ୍ତ ପ୍ରକାରର ସହଯୋଗ ଦେଉଥିବା, ବିଶେଷକରି ଗରୁତର ଔଷଧ ସବୁ ନିର୍ଦ୍ଧାରିତ ସମୟରେ ଦେଉଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ଅବସରରେ ଶ୍ରୀ ନାଏକଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ।

Related story