୨୭ରେ ସୁନ୍ଦରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୭ତାରିଖରେ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯିବେ। ସୁନ୍ଦରଗଡ଼ ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ୨୫ତାରିଖରେ ପ୍ରସ୍ତାବିତ ଗସ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ପଂଚାୟତ ଓ ପୌର ନିର୍ବାଚନ ପୂର୍ବରୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗସ୍ତ ମାଧ୍ୟମରେ ନିଜର ସଂଗଠନକୁ କ୍ରିୟାଶୀଳ କରିବାକୁ ଶାସକ ବିଜେଡି ଲକ୍ଷ୍ୟ ରଖିଛି । ସୁନ୍ଦରଗଡ଼ ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ଗସ୍ତ କାର୍ଯ୍ୟକ୍ରମ ଥିବାବେଳେ ବିଜେଡି ପକ୍ଷରୁ ଦଳୀୟସ୍ତରରେ ବ୍ୟାପକ ପ୍ରସ୍ତୁତି ହୋଇଥିବା ଜଣାପଡ଼ିଛି। […]

Naveen Patnaik

Naveen Patnaik

Ordigital Desk
  • Published: Thursday, 19 August 2021
  • Updated: 20 August 2021, 08:12 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୭ତାରିଖରେ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯିବେ। ସୁନ୍ଦରଗଡ଼ ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ୨୫ତାରିଖରେ ପ୍ରସ୍ତାବିତ ଗସ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ପଂଚାୟତ ଓ ପୌର ନିର୍ବାଚନ ପୂର୍ବରୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗସ୍ତ ମାଧ୍ୟମରେ ନିଜର ସଂଗଠନକୁ କ୍ରିୟାଶୀଳ କରିବାକୁ ଶାସକ ବିଜେଡି ଲକ୍ଷ୍ୟ ରଖିଛି । ସୁନ୍ଦରଗଡ଼ ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ଗସ୍ତ କାର୍ଯ୍ୟକ୍ରମ ଥିବାବେଳେ ବିଜେଡି ପକ୍ଷରୁ ଦଳୀୟସ୍ତରରେ ବ୍ୟାପକ ପ୍ରସ୍ତୁତି ହୋଇଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆସନ୍ତାକାଲି ମାଲକାନଗିରି ଗସ୍ତ କରି ‘ସ୍ମାର୍ଟ ହେଲଥ୍ କାର୍ଡ’ର ରାଜ୍ୟସ୍ତରୀୟ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ପରେ ୨୩ତାରିଖରେ ଭର୍ଚୁଆଲରେ ଗଞ୍ଜାମ ଜିଲ୍ଲାରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନର ଆରମ୍ଭ କରିବେ। ୨୭ତାରିଖରେ ସୁନ୍ଦରଗଡ଼ ଜିଲ୍ଲାର ବୀରମିତ୍ରପୁରକୁ ଗସ୍ତ କରି ସେଠାରେ ଏହି କାର୍ଡ ବଣ୍ଟନ କାର୍ଯ୍ୟକ୍ରମର ମଧ୍ୟ ଶୁଭାରମ୍ଭ କରିବେ ବୋଲି ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ଼ ଜିଲ୍ଲା ଗସ୍ତକୁ ସଫଳ କରିବା ପାଇଁ ବିଜେଡିର ଜିଲ୍ଲା ସଭାପତି, ଜିଲ୍ଲା ପର୍ଯ୍ୟବେକ୍ଷକଙ୍କ ସମେତ ବରିଷ୍ଠ ନେତାମାନେ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମରୁ ରାଜନୀତିକ ଫାଇଦା ନେବା ପାଇଁ ଆବଶ୍ୟକ କାର୍ଯ୍ୟକ୍ରମ କରିବା ପାଇଁ ବିଜେଡି ଜିଲ୍ଲାର ସମସ୍ତ ୭ଟି ନିର୍ବାଚନମଣ୍ଡଳୀ ଦାୟିତ୍ୱ ମନ୍ତ୍ରୀ ଓ ରାଜ୍ୟସ୍ତରୀୟ ନେତାମାନଙ୍କୁ ନ୍ୟସ୍ତ କରିଛି।

ଏହି ମନ୍ତ୍ରୀମାନେ ସମ୍ପୃକ୍ତ ନିର୍ବାଚନମଣ୍ଡଳୀରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ଓ ସେମାନଙ୍କୁ ରାଜ୍ୟସ୍ତରୀୟ ଓ ସ୍ଥାନୀୟ ବିଜେଡି ନେତାମାନେ ସହଯୋଗ କରିବେ ବୋଲି ଜଣାପଡ଼ିଛି। ବିଜେଡି ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ତଳସରା ନିର୍ବାଚନମଣ୍ଡଳୀ ଦାୟିତ୍ୱରେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ଟୁକୁନି ସାହୁ ଥିବାବେଳେ ସୁନ୍ଦରଗଡ଼ ବିଧାନସଭା କ୍ଷେତ୍ର ପାଇଁ ମନ୍ତ୍ରୀ ଅଶୋକ ପଣ୍ଡା ଓ ନବ କିଶୋର ଦାସ, ରାଜଗାଙ୍ଗପୁର ନିର୍ବାଚନମଣ୍ଡଳୀ ପାଇଁ ପ୍ରତାପ ଜେନା ଓ ନିରଞ୍ଜନ ପୂଜାରୀ, ବୀରମିତ୍ରପୁର ନିର୍ବାଚନମଣ୍ଡଳୀରେ ମନ୍ତ୍ରୀ ପଦ୍ମନାଭ ବେହେରା ଓ ରଘୁନନ୍ଦନ ଦାସ, ବଣାଇ ବିଧାନସଭା ପାଇଁ ମନ୍ତ୍ରୀ ସୁଶାନ୍ତ ସିଂ ଓ ଦିବ୍ୟଶଙ୍କର ମିଶ୍ର, ରାଉରକେଲା ପାଇଁ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଓ ଅରୁଣ ସାହୁ ଏବଂ ରଘୁନାଥପାଲ୍ଲୀ ନିର୍ବାଚନମଣ୍ଡଳୀ ପାଇଁ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ ଦାୟିତ୍ୱ ଦିଆଯାଇଛି। ଏହି ସମସ୍ତ ନିର୍ବାଚନମଣ୍ଡଳୀରେ ବିଜେଡି ବିଧାୟକ ଓ ପରାଜିତ ବିଧାୟକ ପ୍ରାର୍ଥୀ ଏହି କାର୍ଯ୍ୟକ୍ରମରେ ପ୍ରମୁଖ ଭୂମିକା ଗ୍ରହଣ କରୁଛନ୍ତି। ବିଜେଡି ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସୁନ୍ଦରଗଡ଼ ଜିଲ୍ଲାରେ ନିଜର ସ୍ଥିତିକୁ ସୁଦୃଢ଼ କରିବାକୁ ଲକ୍ଷ୍ୟ ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story