ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମ ବାତିଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପୂର୍ବ ନିର୍ଦ୍ଧାରିତ ଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମକୁ ବାତିଲ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜିଠୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ୧୫ତାରିଖରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ଶେଷ ମୁହୂର୍ତ୍ତରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଯାଇ ତାଙ୍କ ବଡ଼ ଭିଣୋଇ ତଥା ପ୍ରତିଷ୍ଠିତ ଲେଖକ ସନ୍ନି […]

naveen-patnaik-1-2

Manoranjan Sial
  • Published: Thursday, 12 March 2020
  • , Updated: 12 March 2020, 10:02 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପୂର୍ବ ନିର୍ଦ୍ଧାରିତ ଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମକୁ ବାତିଲ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜିଠୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ୧୫ତାରିଖରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ଶେଷ ମୁହୂର୍ତ୍ତରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଯାଇ ତାଙ୍କ ବଡ଼ ଭିଣୋଇ ତଥା ପ୍ରତିଷ୍ଠିତ ଲେଖକ ସନ୍ନି ମେହେଟ୍ଟାଙ୍କ ଅସ୍ଥି ବିସର୍ଜନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିଲା। କିନ୍ତୁ ମୁଖ୍ୟମନ୍ତ୍ରୀ ନିଜର ଗସ୍ତକୁ ବାତିଲ କରି ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍ ବୈଠକ ଡାକିଛନ୍ତି। ‘କରୋନା’ର ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଥିବାରୁ ତାଙ୍କ ଗସ୍ତ କାର୍ଯ୍ୟକ୍ରମ ଶେଷ ମୁହୂର୍ତ୍ତରେ ବାତିଲ ହୋଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ସ୍ୱାମୀ ସନ୍ନି ମେହେଟ୍ଟାଙ୍କର ୭୭ବର୍ଷ ବୟସରେ ୨୦୧୯ ଡିସେମ୍ବର ୩୦ତାରିଖରେ ଆମେରିକାରେ ମୃତ୍ୟୁ ଘଟିଥିଲା। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସେତେବେଳେ ନିଜ ଭିଣୋଇଙ୍କ ଅନ୍ତେଷ୍ଟି କାର୍ଯ୍ୟକ୍ରମରେ ସାମିଲ ହୋଇପାରିନଥିଲେ।

Related story