ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ସବୁ ଶ୍ରେଣୀ ଶ୍ରମିକଙ୍କ ଦୈନିକ ମଜୁରୀ ୫ ଟଙ୍କା ୪୦ ବଢ଼ାଇଲେ ରାଜ୍ୟ ସରକାର। ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ହେଲା ୩୦୩ ଟଙ୍କା ୪୦ ପଇସା। ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ମଜୁରୀ ହେଲା ୩୪୩ ଟଙ୍କ ୪୦ ପଇସା। କୁଶଳୀ ଶ୍ରମିକଙ୍କ ମଜୁରୀ ହେଲା ୩୯୩ ଟଙ୍କା ୪୦ ପଇସା। ଅତିକୁଶଳୀ ଶ୍ରମିକଙ୍କ ମଜୁରୀ ବଢି ହେଲା ୪୫୩ ଟଙ୍କା ୪୦ ପଇସା। ଏହା ଦ୍ୱାରା ମଜୁରୀଆଙ୍କ ଆର୍ଥିକ ମେରୁଦଣ୍ଡ ସୁଦୃଢ଼ ହେବ।
ସୂଚନାରୁ ପ୍ରକାଶ, ମହାମାରୀ ‘କରୋନା’ ସମୟରେ ପ୍ରବାସୀ ଶ୍ରମିକଙ୍କୁ ଏମ୍ଜିଏନ୍ଆର୍ଏସ୍ରେ ଶ୍ରମ ଦିବସ ସୃଷ୍ଟି କରାଯାଇଥିଲା। ହେଲେ ପ୍ରବାସୀଙ୍କ ପାଇଁ ସନ୍ତୋଷ ଜନକ ନୁହେଁ। ଅନ୍ୟପକ୍ଷରେ ଗାଁରେ ଯେଉଁ କାମ କରୁଛନ୍ତି, ସେଥିରୁ ପେଟ ପୋଷିବା କଷ୍ଟକର ହେଉଛି। ଯେଉଁଥିପାଇଁ ଅନେକ ଶ୍ରମିକ ରାଜ୍ୟ ଛାଡ଼ି ପଳାଇ ଯାଉଥିବା ଦେଖିବାକୁ ମିଳୁଛି। ଏହାକୁ ଦେଇ ଆଜି ରାଜ୍ୟ ସରକାର ମଜୁରୀ ବଢ଼ାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନଦୀରେ ଭାସୁଛି ଯୁବକଙ୍କ ମୃତଦେହ, ଦୁଇ ଦିନ ହେଲା ନିଖୋଜ ଥିଲେ
ଯୁବକଜଣକ ଦୁଇ ଦିନ ତଳେ ନିଖୋଜ ହୋଇ ଯାଇଥିବା ବେଳେ ଆଜି ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଛି।
Events & Festivals
ଗଙ୍ଗା ସାଗର ମେଳା ଆରମ୍ଭ, ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଉତ୍ତରପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା ଆରମ୍ଭ ହୋଇଥିବା ବେଳେ ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲା ସାଗରଦୀପ ଗଙ୍ଗା ଓ ସାଗର ସଙ୍ଗମ ସ୍ଥଳରେ ଆରମ୍ଭ ହୋଇଛି ଗଙ୍ଗା ସାଗର ମେଳା ।
Events & Festivals
ଆଜି ପୌଷ ପୂର୍ଣ୍ଣିମା, ସୁନା ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ଆଜି ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ସୁନା ବେଶ ବା ରାଜ ରାଜେଶ୍ୱର ବେଶରେ ବିଭୂଷିତ ହେବେ।
Science & Environment
ମନ ଜିଣିଥିଲା ମହେନ୍ଦ୍ର, ୬୬ ବର୍ଷରେ ଆଖି ବୁଜିଲା
ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟରେ ଆଖି ବୁଜିଲା ପୋଷା ଦନ୍ତା ହାତୀ ‘ମହେନ୍ଦ୍ର’। ମୃତ୍ୟୁ ବେଳକୁ ତାକୁ ୬୬ ବର୍ଷ ବୟସ ହୋଇଥିଲା। ସେ ଗତ କିଛି ଦିନ ହେବ ଅସୁସ୍ଥ ଥିବା ବେଳେ ତା’ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ହେଉଥିଲା।
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।