ନବରଙ୍ଗପୁର(ନବଘନ ବିଷୋୟୀ): ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅନ୍ତର୍ଗତ ଜବାଗୁଡ଼ା ଗ୍ରାମ ନିକଟ ଏକ କାଜୁ ଜଙ୍ଗଲରୁ ଏହି ମୃତଦେହ ମିଳିଛି।
କାଜୁ ଜଙ୍ଗଲଟି ଗ୍ରାମ ଠାରୁ ପ୍ରାୟ ଅଧା କିଲୋମିଟର ଦୂର। ମୃତଦେହ ଝୁଲୁଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ l ଖବର ପାଇ ଡାବୁଗାଁ ପୁଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଚଳାଇଛି l
ଓଢ଼ଣିରେ ଦୁଇ ଜଣଙ୍କ ବେକ ବନ୍ଧା ଥିବା ବେଳେ ଅନ୍ୟ ଗୋଟିଏ ଓଢ଼ଣି ଗଛ ଡାଳରେ ଥୁଆ ହୋଇଥିଲା। ଏହି ଜଙ୍ଗଲରୁ ତଳେ ପଡ଼ିଥିବା ଏକ ସାଇକେଲ ମଧ୍ୟ ମିଳିଛି। ମୃତ ଯୁବତୀ ଜଣକ ସେହି ଗ୍ରାମର (ଜବାଗୁଡ଼ା ) ଲାଇବାନ ହରିଜନଙ୍କ ଝିଅ ତିଲାଏ ହରିଜନ। ମୃତ ଯୁବକ ଜଣକ ପାପଡ଼ାହାଣ୍ଡି ବ୍ଲକ ଦାମାପାଲା ଗ୍ରାମର ଦଶମୁ ହରିଜନଙ୍କ ପୁଅ ଡମ୍ବରୁଧର ହରିଜନ। ଦୁହେଁ ସମ୍ପର୍କୀୟ ହୋଇଥିବା ସୂଚନା ମିଳିଛି।
ମୃତ ଯୁବତୀଙ୍କ ବଡ଼ ଭଉଣୀ ମୃତ ଯୁବକର ବଡ଼ ଭାଇକୁ ବିବାହ କରିଛନ୍ତି l ତେବେ ଏହି ଘଟଣା ହତ୍ୟା ନା ଆତ୍ମହତ୍ୟା ତାହା ଜଣାପଡ଼ିନି। ଦୁହେଁ ଗତକାଲି ସନ୍ଧ୍ୟାରୁ ନିଖୋଜ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।