ଆନନ୍ଦ ବଜାରରେ ମହାପ୍ରସାଦ ସେବନ ନେଇ ନିଷ୍ପତ୍ତି ଖୁବ୍‌ଶୀଘ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବପରି ଭକ୍ତମାନେ ଆନନ୍ଦ ବଜାରରେ ବସି ମହାପ୍ରସାଦ ସେବନ କରିପାରିବେ । ଖୁବଶୀଘ୍ର ଏଭଳି ନିଷ୍ପତ୍ତି ନେବାକୁ ଯାଉଛି ଶ୍ରୀମନ୍ଦିର ପ୍ରଶାସନ। ବର୍ତ୍ତମାନ ମହାମାରୀ ସମୟରେ ଆନନ୍ଦ  ବଜାର ଭକ୍ତଙ୍କ ପାଇଁ ବନ୍ଦ ରହିଛି। ତେବେ ଏହାର  ପୁନଃସମୀକ୍ଷା କରି ଖୁବଶୀଘ୍ର ଏନେଇ ନିଷ୍ପତ୍ତି ନିଆଯିବ ବୋଲି ଜିଲ୍ଲାପାଳ କହିଛନ୍ତି  । ଦୀପ ଦୋକାନୀଙ୍କୁ ମଧ୍ୟ ଶ୍ରୀମନ୍ଦିର ଭିତରେ ଥଇଥାନ କରିବା ପାଇଁ ଚିନ୍ତା କରାଯାଉଥିବା ଜିଲ୍ଲାପାଳ କହିଛନ୍ତି । ଆଜି ଶ୍ରୀମନ୍ଦିର ପ୍ରଶାସନ […]

puri-temple-1

puri-temple-1

Tapas Behera
  • Published: Sunday, 07 February 2021
  • Updated: 07 February 2021, 09:56 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବପରି ଭକ୍ତମାନେ ଆନନ୍ଦ ବଜାରରେ ବସି ମହାପ୍ରସାଦ ସେବନ କରିପାରିବେ । ଖୁବଶୀଘ୍ର ଏଭଳି ନିଷ୍ପତ୍ତି ନେବାକୁ ଯାଉଛି ଶ୍ରୀମନ୍ଦିର ପ୍ରଶାସନ। ବର୍ତ୍ତମାନ ମହାମାରୀ ସମୟରେ ଆନନ୍ଦ  ବଜାର ଭକ୍ତଙ୍କ ପାଇଁ ବନ୍ଦ ରହିଛି। ତେବେ ଏହାର  ପୁନଃସମୀକ୍ଷା କରି ଖୁବଶୀଘ୍ର ଏନେଇ ନିଷ୍ପତ୍ତି ନିଆଯିବ ବୋଲି ଜିଲ୍ଲାପାଳ କହିଛନ୍ତି  । ଦୀପ ଦୋକାନୀଙ୍କୁ ମଧ୍ୟ ଶ୍ରୀମନ୍ଦିର ଭିତରେ ଥଇଥାନ କରିବା ପାଇଁ ଚିନ୍ତା କରାଯାଉଥିବା ଜିଲ୍ଲାପାଳ କହିଛନ୍ତି । ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ସୁଆରମହାସୁଆର ନିଯୋଗ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି।  ଆସନ୍ତା ପରିଚାଳନା କମିଟିର ବୈଠକ ଓ ଛତିଶାନିଯୋଗ ବୈଠକରେ ନିଷ୍ପତ୍ତି ନିଆଯିବା ପରେ ଏସବୁ ପ୍ରସ୍ତାବ କାର୍ଯ୍ୟକାରୀ କରାଯିବ ବୋଲି ଜଣାପଡିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos