ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବପରି ଭକ୍ତମାନେ ଆନନ୍ଦ ବଜାରରେ ବସି ମହାପ୍ରସାଦ ସେବନ କରିପାରିବେ । ଖୁବଶୀଘ୍ର ଏଭଳି ନିଷ୍ପତ୍ତି ନେବାକୁ ଯାଉଛି ଶ୍ରୀମନ୍ଦିର ପ୍ରଶାସନ। ବର୍ତ୍ତମାନ ମହାମାରୀ ସମୟରେ ଆନନ୍ଦ ବଜାର ଭକ୍ତଙ୍କ ପାଇଁ ବନ୍ଦ ରହିଛି। ତେବେ ଏହାର ପୁନଃସମୀକ୍ଷା କରି ଖୁବଶୀଘ୍ର ଏନେଇ ନିଷ୍ପତ୍ତି ନିଆଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଦୀପ ଦୋକାନୀଙ୍କୁ ମଧ୍ୟ ଶ୍ରୀମନ୍ଦିର ଭିତରେ ଥଇଥାନ କରିବା ପାଇଁ ଚିନ୍ତା କରାଯାଉଥିବା ଜିଲ୍ଲାପାଳ କହିଛନ୍ତି । ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ସୁଆରମହାସୁଆର ନିଯୋଗ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆସନ୍ତା ପରିଚାଳନା କମିଟିର ବୈଠକ ଓ ଛତିଶାନିଯୋଗ ବୈଠକରେ ନିଷ୍ପତ୍ତି ନିଆଯିବା ପରେ ଏସବୁ ପ୍ରସ୍ତାବ କାର୍ଯ୍ୟକାରୀ କରାଯିବ ବୋଲି ଜଣାପଡିଛି।