ଏହି ଜିଲ୍ଲାକୁ ତିନି ଦିନ ଶଟ୍‌ଡାଉନ୍‌ ଘୋଷଣା କଲେ ଜିଲ୍ଲାପାଳ

ବରଗଡ଼ (ଦୀପକ ଶର୍ମା): ବରଗଡ଼ ଜିଲ୍ଲାରୁ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲ୍ଲାକୁ ତିନି ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ଜିଲ୍ଲାପାଳ। କରୋନା ସଂକ୍ରମଣ ରୋକିବା ପାଇଁ ବରଗଡ଼ ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି। ଅଗଷ୍ଟ ୧ ତାରିଖରୁ ଏହି ଶଟ୍‌ଡାଉନ୍‌ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ସମୟରେ ଜରୁରୀକାଳୀନ ସେବାକୁ ଛାଡ଼ି ଆଉ ସବୁ ଦୋକାନ ବଜାର ବନ୍ଦ ରହିବ। ପନିପରିବା […]

nnnoooo

Tapaswini Nayak
  • Published: Friday, 31 July 2020
  • , Updated: 31 July 2020, 05:41 PM IST

ବରଗଡ଼ (ଦୀପକ ଶର୍ମା): ବରଗଡ଼ ଜିଲ୍ଲାରୁ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲ୍ଲାକୁ ତିନି ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ଜିଲ୍ଲାପାଳ। କରୋନା ସଂକ୍ରମଣ ରୋକିବା ପାଇଁ ବରଗଡ଼ ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି। ଅଗଷ୍ଟ ୧ ତାରିଖରୁ ଏହି ଶଟ୍‌ଡାଉନ୍‌ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ।

ଏହି ସମୟରେ ଜରୁରୀକାଳୀନ ସେବାକୁ ଛାଡ଼ି ଆଉ ସବୁ ଦୋକାନ ବଜାର ବନ୍ଦ ରହିବ। ପନିପରିବା ଓ ଫଳ ଦୋକାନ ସକାଳ ୬ଟାରୁ ୯ ଟା ପର୍ଯ୍ୟନ୍ତ ଖୋଲା ରହିବ। ଏହା ସହ ବିହନ,ସାର ଓ କୃଷିଜାତ ସାମଗ୍ରୀ ଦିନ ଗୋଟାଏ ପର୍ଯ୍ୟନ୍ତ ଖୋଲା ରହିବ। ଶଟ୍‌ଡାଉନ୍‌ ନିୟମକୁ ଜିଲ୍ଲାବାସୀ ମାନିବାକୁ ବରଗଡ଼ ଜିଲ୍ଲାପାଳ କହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ି ଚାଲିଥିବା ବେଳେ ବରଗଡ଼ ଜିଲ୍ଲାରୁ ୪୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୩୪ ଜଣ ସୁସ୍ଥ ହୋଇଥିବା ବେଳେ ୭୭ଜଣ ବିଭିନ୍ନ କୋଭିଡ ହସପିଟାଲରେ ଚିକିତ୍ସାଧିନ ଅଛନ୍ତି। ଜଣେ କରୋନା ଆକ୍ରନ୍ତଙ୍କ ମୃତ୍ୟୁ ଘଟିଛି।

Related story