ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ବାତ୍ୟା ୟାସ୍ ପ୍ରଭାବରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି ଏବଂ ଆସନ୍ତାକାଲି ଦୁଇ ଦିନ ବର୍ଷାର ପରିମାଣ ବଢ଼ିପାରେ। ଉପକୂଳ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ତେଣୁ ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର,ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଭଳି ୮ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।
ବାତ୍ୟା ୟାସ୍ ସମ୍ବନ୍ଧୀୟ ଲାଇଭ୍ ଅପଡେଟ୍ ପାଇଁ କ୍ଲିକ କରନ୍ତୁ
ସେହିପରି ଆଜିପାଇଁ ଗଞ୍ଜାମ, ଢେଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ବାତ୍ୟା ଲ୍ୟାଣ୍ଡଫଲ୍ କରିବା ଦିନ ଅର୍ଥାତ ୨୬ ତାରିଖ ପାଇଁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ୯ଟି ଜିଲ୍ଲା- ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଢେଙ୍କାନାଳ ଏବଂ କେନ୍ଦୁଝର ପାଇଁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।
ତାଛଡ଼ା ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼ ଓ ସୁନ୍ଦରଗଡ଼ ଭଳି ୫ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଦିଆଯାଇଛି। ଏହିସବୁ ଜିଲ୍ଲାରେ ବର୍ଷା ପବନ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିବାର ଆଶଙ୍କା ଥିବାରୁ ଲୋକଙ୍କୁ ସତର୍କ କରିବା ସହ ବାତ୍ୟା ସଂପୂର୍ଣ୍ଣ ନସରିବା ଯାଏଁ ଘରୁ ନବାହାରିବାକୁ ପରାମର୍ଶ ଦେଇଛନ୍ତି ଏସ୍ଆରସି।