ଖୁସି ଖବର, ଭିଜାଇବ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି।  ଦକ୍ଷିଣ ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳ ଓ ଝାଡ଼ଖଣ୍ଡଠାରୁ ପଶ୍ଚିମବଙ୍ଗ ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ବିଶେଷ କରି ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର ଗଂଜାମରେ ମଧ୍ୟମ ଧରଣର ବର୍ଷା ସହ କୁଆପଥର ପଡ଼ିବା ସମ୍ଭାବନା ରହିଛି। ସେହିପରି ଖୋର୍ଦ୍ଧା, ନୟାଗଡ଼, […]

rain-1

Tapas Behera
  • Published: Sunday, 04 April 2021
  • , Updated: 05 April 2021, 01:11 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି।  ଦକ୍ଷିଣ ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳ ଓ ଝାଡ଼ଖଣ୍ଡଠାରୁ ପଶ୍ଚିମବଙ୍ଗ ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ବିଶେଷ କରି ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର ଗଂଜାମରେ ମଧ୍ୟମ ଧରଣର ବର୍ଷା ସହ କୁଆପଥର ପଡ଼ିବା ସମ୍ଭାବନା ରହିଛି।

ସେହିପରି ଖୋର୍ଦ୍ଧା, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ସୋନପୁର ପାଇଁ ମଧ୍ୟ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସବୁ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ପାଣିପାଗ ବିଭାଗର ଓ୍ୱାର୍ଣ୍ଣିଂ ଆଧାରରେ ଏହି ୧୭ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଚିଠି ଲେଖାଯାଇଛି । ପାଣିପାଗ ବିଭାଗର ସତର୍କ ସୂଚନା ଲୋକଙ୍କ ପାଖରେ ପହଞ୍ଚାଇବାକୁ କୁହାଯାଇଛି। ଏହାସହ ସ୍ଥିତି ଦେଖି ପଦକ୍ଷେପ ନେବାକୁ ଜିଲ୍ଲାପାଳ ମାନଙ୍କୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି।

Related story