ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ଶ୍ରେଣୀର ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି। ଆଜିଠୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନକୁ ସ୍ଥଗିତ ରଖିଥିବା ରାଜ୍ୟ ସରକାର ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା, ବିପିୟୁଟି ଓ ଭିସୁଟ୍ ପରିଚାଳିତ ସମସ୍ତ ସେମିଷ୍ଟାର ଓ ଫାଇନାଲ ପରୀକ୍ଷାକୁ ଆସନ୍ତା ସୋମବାରଠୁ ସ୍ଥଗିିତ ରଖାଯାଇଛି। ଆଜି ଏନେଇ ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତୋ ବାଗଚୀ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟର ପ୍ରାୟ ସାଢ଼େ ୩ଲକ୍ଷ ଛାତ୍ରଛାତ୍ରୀ ଏବେ ଯୁକ୍ତ ଦୁଇ ପରୀକ୍ଷା ଦେଉଛନ୍ତି। ଏହି ପରୀକ୍ଷା ମାର୍ଚ୍ଚ ୩ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୮ତାରିଖ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।