ଦୈନିକ ଏକ ଲକ୍ଷ ଲୋକଙ୍କୁ ଗଛ ଲଗା କାର୍ଯ୍ୟରେ ନିୟୋଜିତ କରିବେ ସରକାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣକୁ ରୋକିବା ପାଇଁ ବ୍ୟାପକ ପଦକ୍ଷେପ ମଧ୍ୟରେ ରାଜ୍ୟରେ ଜୀବନଜୀବିକା ଓ ଅର୍ଥନୀତିକ ପୁନରୁଦ୍ଧାର ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେଇଛନ୍ତି। ମନରେଗା ଓ ମିଶନ ଶକ୍ତି କାର୍ଯ୍ୟକ୍ରମ ମାଧ୍ୟମରେ ଅଧିକରୁ ଅଧିକ ଲୋକଙ୍କୁ କାମ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆଗାମୀ ମାସକ ମଧ୍ୟରେ ଦୈନିକ ଏକ ଲକ୍ଷ ଲୋକଙ୍କୁ ଗଛଲଗା (ବୃକ୍ଷରୋପଣ) କାର୍ଯ୍ୟରେ ନିୟୋଜିତ କରିବାକୁ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ଭିଡିଓ […]

plantion

plantion

Manoranjan Sial
  • Published: Tuesday, 12 May 2020
  • Updated: 12 May 2020, 08:41 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣକୁ ରୋକିବା ପାଇଁ ବ୍ୟାପକ ପଦକ୍ଷେପ ମଧ୍ୟରେ ରାଜ୍ୟରେ ଜୀବନଜୀବିକା ଓ ଅର୍ଥନୀତିକ ପୁନରୁଦ୍ଧାର ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେଇଛନ୍ତି। ମନରେଗା ଓ ମିଶନ ଶକ୍ତି କାର୍ଯ୍ୟକ୍ରମ ମାଧ୍ୟମରେ ଅଧିକରୁ ଅଧିକ ଲୋକଙ୍କୁ କାମ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆଗାମୀ ମାସକ ମଧ୍ୟରେ ଦୈନିକ ଏକ ଲକ୍ଷ ଲୋକଙ୍କୁ ଗଛଲଗା (ବୃକ୍ଷରୋପଣ) କାର୍ଯ୍ୟରେ ନିୟୋଜିତ କରିବାକୁ ନିଷ୍ପତ୍ତି ନିଆଯାଇଛି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରାଜ୍ୟରେ କୋଭିଡ୍ ନିୟନ୍ତ୍ରଣ ଓ ଅର୍ଥନୀତିକ ପୁନରୁଦ୍ଧାର କାର୍ଯ୍ୟକ୍ରମ ପ୍ରସଙ୍ଗରେ ରାଜ୍ୟ ପ୍ରଶାସନର ବରିଷ୍ଠ ପଦାଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଶ୍ରମଭିତ୍ତିକ କାର୍ଯ୍ୟକ୍ରମକୁ ଜୋରଦାର କରିବା ପାଇଁ ବୈଠକରେ ଗୁୁରୁତ୍ୱ ଦିଆଯାଇଥିଲା। ଜଳସମ୍ପଦ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ଓ ଜଙ୍ଗଲ ବିଭାଗ ପକ୍ଷରୁ ଏ ଦିଗରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ଓ ଆଗାମୀ ଏକ ମାସରେ ଦିନକୁ ଏକ ଲକ୍ଷ ଲୋକଙ୍କୁ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ନିୟୋଜିତ କରାଯିବ ବୋଲି ସୂଚନା ଦିଆଯାଇଛି।

ଗ୍ରାମ୍ୟ ଅର୍ଥନୀତିକୁ ସୁଦୃଢ଼ କରିବାକୁ ଅଧିକ ପାଣ୍ଠି ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିବା ସହ କୃଷି ଅର୍ଥନୀତିକୁ ଅଧିକ ସଶକ୍ତ କରିବା ନିମନ୍ତେ ରାଜ୍ୟ ସରକାର ଖୁବଶୀଘ୍ର ୩ଟି ଅଧ୍ୟାଦେଶ ଆଣିବେ ବୋଲି ସୂଚନା ମିଳିଛି। ଏବେ ରବି ଧାନ ଅମଳ କାର୍ଯ୍ୟକ୍ରମ ଆରମ୍ଭ ହୋଇସାରିଥିବାବେଳେ ସାର, ବିହନ ଓ ଅନ୍ୟାନ୍ୟ ଜରୁରୀ କୃଷି ଉପକରଣ ଯୋଗାଣ ଆରମ୍ଭ ହୋଇଛି। ଚାଷୀମାନଙ୍କ ପାଇଁ ହେଲପଲାଇନ୍ ମଧ୍ୟ କାର୍ଯ୍ୟ କରୁଛି। ମତ୍ସ୍ୟ ଚାଷ, କୁକୁଡ଼ା ଚାଷ, ଉଦ୍ୟାନ କୃଷି, ଗୋପାଳନ ଆଦି କାର୍ଯ୍ୟକ୍ରମ ମଧ୍ୟ ସନ୍ତୋଷଜନକ ରହିଛି ବୋଲି ବୈଠକରୁ ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos