ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) କରୋନାରେ ଅନାଥ ହୋଇଥିବା ପିଲାଙ୍କ ଶିକ୍ଷା ଖର୍ଚ୍ଚ ଦେବେ ରାଜ୍ୟ ସରକାର। ଅନାଥ ଶିଶୁ ରାଜ୍ୟ ସରକାରଙ୍କ ଗ୍ରୀନ ପ୍ୟାସେଜ ଯୋଜନାରେ ସାମିଲ ହେବେ। ସେମାନଙ୍କ ମେଡିକାଲ ବା ଇଂଜିନିୟରିଂ ଶିକ୍ଷା ଖର୍ଚ୍ଚ ବି ସରକାର ବହନ କରିବେ। ଏମିତିକି ଘରୋଇ ଶିକ୍ଷାନୁଷ୍ଠାନରେ ପଢୁଥିଲେ ଶିକ୍ଷାନୁଷ୍ଠାନ ଖର୍ଚ୍ଚ ସରକାର ଦେବେ ।
ଅନ୍ୟପକ୍ଷରେ ଏବେ ସୁଦ୍ଧା କୋଭିଡ ଯୋଗୁଁ ବାପା, ମାଙ୍କୁ ହରାଇଥିବା ୧୨ ଜଣ ପିଲା ଭତ୍ତା ପାଇଁ ଚିହ୍ନଟ ହୋଇଛନ୍ତି। ମଧୁବାବୁ ଯୋଜନାରେ ଭତ୍ତା ଦେବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା ଓ ମୟୂରଭଂଜରୁ ୩ ଜଣ ଲେଖାଏଁ ପିଲା ପାଇବେ ଭତ୍ତା। ସେହିପରି ଭଦ୍ରକ, ରାୟଗଡ଼ା ଓ ଦେବଗଡ଼ରୁ ୨ ଜଣ ଲେଖାଏଁ ଭତ୍ତା ପାଇବେ ।
ଅନାଥ ଶିଶୁଙ୍କ ବ୍ୟାଙ୍କ ଆକାଉଣ୍ଟ ଖୋଲିବାରେ ସରକାର ସହଯୋଗ କରିବେ। କରୋନାରେ ବାପା ମାଆଙ୍କୁ ହରାଇ ଥିବା ଅନାଥଙ୍କୁ ମଧୁବାବୁ ପେନସନରେ ସାମିଲ କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।