Advertisment

ପୁରୀ ଛଡ଼ା ଅନ୍ୟ ଜାଗାରେ ରଥଯାତ୍ରା ଆବେଦନ ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ମନା କଲେ ହାଇକୋର୍ଟ

କଟକ(ଓଡ଼ିଶା ରିପୋର୍ଟର): ପୁରୀ ଛଡ଼ା ଅନ୍ୟ ଜାଗାରେ ରଥଯାତ୍ରା ପାଇଁ ଆବେଦନ ପ୍ରସଙ୍ଗ ହସ୍ତକ୍ଷେପ କରିବାକୁ ମନା କଲେ ହାଇକୋର୍ଟ। ଏ ସଂପର୍କୀତ ସରକାରୀ ନିର୍ଦ୍ଦେଶନାମାରେ ହସ୍ତକ୍ଷେପ ପାଇଁ ମନାକଲେ। କେନ୍ଦ୍ରାପଡ଼ା ଓ ଭଟଲୀରେ ରଥଯାତ୍ରା ପାଇଁ ୫ଟି ମାମଲା ହୋଇଥିଲା। କେନ୍ଦ୍ରାପଡ଼ା ପାଇଁ ୪ଟି ଓ ଭଟଲୀ ପାଇଁ ଗୋଟିଏ ମାମଲା ହୋଇଥିଲା। ହସ୍ତକ୍ଷେପ ପାଇଁ ମନା ସହ ୫ଟି ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ। ସୂଚନା ଅନୁଯାୟୀ, ଶ୍ରୀକ୍ଷେତ୍ର ଭଳି କେନ୍ଦ୍ରାପଡ଼ା ତୁଳସୀ କ୍ଷେତ୍ରରେ […]

ଆଠଗଡ଼ ଋଣ ଘୋଟାଲା, ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

orissa-high-court

Advertisment

କଟକ(ଓଡ଼ିଶା ରିପୋର୍ଟର): ପୁରୀ ଛଡ଼ା ଅନ୍ୟ ଜାଗାରେ ରଥଯାତ୍ରା ପାଇଁ ଆବେଦନ ପ୍ରସଙ୍ଗ ହସ୍ତକ୍ଷେପ କରିବାକୁ ମନା କଲେ ହାଇକୋର୍ଟ। ଏ ସଂପର୍କୀତ ସରକାରୀ ନିର୍ଦ୍ଦେଶନାମାରେ ହସ୍ତକ୍ଷେପ ପାଇଁ ମନାକଲେ। କେନ୍ଦ୍ରାପଡ଼ା ଓ ଭଟଲୀରେ ରଥଯାତ୍ରା ପାଇଁ ୫ଟି ମାମଲା ହୋଇଥିଲା। କେନ୍ଦ୍ରାପଡ଼ା ପାଇଁ ୪ଟି ଓ ଭଟଲୀ ପାଇଁ ଗୋଟିଏ ମାମଲା ହୋଇଥିଲା। ହସ୍ତକ୍ଷେପ ପାଇଁ ମନା ସହ ୫ଟି ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ। ସୂଚନା ଅନୁଯାୟୀ, ଶ୍ରୀକ୍ଷେତ୍ର ଭଳି କେନ୍ଦ୍ରାପଡ଼ା ତୁଳସୀ କ୍ଷେତ୍ରରେ ମଧ୍ୟ ବିନାଭକ୍ତରେ ବଳଦେବଜୀଉଙ୍କ ରଥଯାତ୍ରା କରିବାକୁ ମନ୍ଦିରର ୫ଜଣ ସେବାୟତ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ।

Advertisment

ଚଳିତ ବର୍ଷ ତୁଳସୀକ୍ଷେତ୍ରରେ ରଥଯାତ୍ରା କରିବାକୁ ବଳଦେବଜୀଉ ମନ୍ଦିର ସେବାୟତ, ନିଯୋଗ, ବିଭିନ୍ନ ସାମାଜିକ ସଂଗଠନ ସହିତ ସାଧୁସନ୍ଥମାନେ ଦାବି କରି ଆସୁଛନ୍ତି। ସେହିପରି ତୁଳସୀକ୍ଷେତ୍ର ସିଦ୍ଧବଳଦେବଜୀଉଙ୍କ ରଥଯାତ୍ରା ପାଇଁ ରାଜ୍ୟ ସରକାର ନିଜ ଆଡ଼ୁ ସମସ୍ତ ପ୍ରକାର ଆନ୍ତରିକତା ସହ ଉଦ୍ୟମ କରନ୍ତୁ ବୋଲି କହିଥିଲେ  କେନ୍ଦ୍ରାପଡ଼ା ପୂର୍ବତନ ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ଏନେଇ ହାଇକୋର୍ଟରେ ଜନସ୍ୱାର୍ଥ୍ୟ ମାମଲା ହୋଇଥିଲା। ତେବେ ମାମଲାରେ ହସ୍ତକ୍ଷେପ କରିବା଼କୁ ମନା କରିତଛନ୍ତି ହାଇକୋର୍ଟ।

ସୂଚନାଯୋଗ୍ୟ, ଗତ ବର୍ଷ ଭଳି ଚଳିତ ବର୍ଷ ବି ରଥଯାତ୍ରା ଉପରେ ରାଜ୍ୟ ସରକାର ଜାରି କରିଛନ୍ତି କଟକଣା। ପୁରୀ ଛଡ଼ା ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା କରାଯାଇପାରିବ ନାହିଁ ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆରସି) ପ୍ରଦୀପ କୁମାର ଜେନା ସୂଚନା ଦେଇଥିଲେ। କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ସାଧାରଣ ଲୋକଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe