୨୬ରୁ ଖୋଲିବ ହଷ୍ଟେଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ସ୍କୁଲ ପରେ ଖୋଲିବ ହଷ୍ଟେଲ। ଆସନ୍ତା ୨୬ରୁ  ସ୍କୁଲ ସହ ହଷ୍ଟେଲ ଖୋଲିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ହଷ୍ଟେଲ ଖୋଲିବାକୁ ନିଷ୍ପତ୍ତି ହୋଇଛି। ମୁଖ୍ୟତଃ  ଗଣଶିକ୍ଷା, SC/ST ଓ ସଂଖ୍ୟାଲଘୁ ବିଭାଗ ପରିଚାଳିତ ହଷ୍ଟେଲ ଖୋଲିବ। ସେହିପରି ଘରୋଇ ସଂସ୍ଥା ପରିଚାଳିତ ଇଂଲିଶ ମିଡିୟମ ସ୍କୁଲ ହଷ୍ଟେଲ ଖୋଲିବ। ହଷ୍ଟେଲ ଖୋଲିବା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ SOP […]

School Student

Tapas Behera
  • Published: Wednesday, 21 July 2021
  • , Updated: 21 July 2021, 06:24 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ସ୍କୁଲ ପରେ ଖୋଲିବ ହଷ୍ଟେଲ। ଆସନ୍ତା ୨୬ରୁ  ସ୍କୁଲ ସହ ହଷ୍ଟେଲ ଖୋଲିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ହଷ୍ଟେଲ ଖୋଲିବାକୁ ନିଷ୍ପତ୍ତି ହୋଇଛି। ମୁଖ୍ୟତଃ  ଗଣଶିକ୍ଷା, SC/ST ଓ ସଂଖ୍ୟାଲଘୁ ବିଭାଗ ପରିଚାଳିତ ହଷ୍ଟେଲ ଖୋଲିବ। ସେହିପରି ଘରୋଇ ସଂସ୍ଥା ପରିଚାଳିତ ଇଂଲିଶ ମିଡିୟମ ସ୍କୁଲ ହଷ୍ଟେଲ ଖୋଲିବ। ହଷ୍ଟେଲ ଖୋଲିବା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ SOP ମଧ୍ୟ ଜାରି କରାଯାଇଛି।

ପୂର୍ବରୁ ଆସନ୍ତା ୨୬ ତାରିଖରୁ ସ୍କୁଲ୍ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ। ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ଖୋଲିବ ବୋଲି ସେ କହିଛନ୍ତି। ଏଥିଲାଗି ସ୍କୁଲ ଓ ଗଣଶିକ୍ଷା ବିଭାଗ ଏସଓପି ଜାରି କରିଛି। ଅନଲାଇନ୍ ପାଠପଢ଼ାରେ ବିଭ୍ରାଟ ସୃଷ୍ଟି ହେବା କାରଣରୁ ବିଭାଗ ଏଭଳି ନିଷ୍ପତ୍ତି ନେଇଛି।

କଟକଣା ଆଉ ସୁରକ୍ଷା ବଳୟ ଭିତରେ ସ୍କୁଲ ଖୋଲିବ। ସାମାଜିକ ଦୂରତା ରଖି କ୍ଲାସରେ ୨୦ ରୁ ୨୫ ପିଲା ବସିବେ। ସମସ୍ତଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ କରାଯାଇଛି। ସ୍କୁଲକୁ ନିୟମିତ ଭାବେ ସାନିଟାଇଜ୍ କରାଯିବ। ଏପରିକି ପ୍ରବେଶ ପଥରେ ସାନିଟାଇଜର ଓ ଥର୍ମାଲ ସ୍କ୍ରିନିଂର ବ୍ୟବସ୍ଥା ରହିବ। ତାସହିତ ସ୍କୁଲରେ ଆଇସୋଲେସନ ରୁମ୍ ବି ରହିବ। ତେବେ ହଷ୍ଟେଲ୍ ଖୋଲିବ ନାହିଁ।

୫୦ ପ୍ରତିଶତ ସିଟ୍ ଖାଲି ରଖି ଛାତ୍ରଛାତ୍ରୀଙ୍କୁ ପରିବହନ ସୁବିଧା ଯୋଗାଇ ଦିଆଯିବ। ପ୍ରତି ଜିଲ୍ଲାର ନୋଡାଲ ଅଫିସର ସ୍କୁଲକୁ ଯାଇ ନିୟମିତ ତଦାରଖ କରିବେ।

ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଥିବା ବେଳେ ସେପଟେ ଦ୍ୱନ୍ଦ୍ୱରେ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ। ୟୁଜି-ପିଜି ଲାଗି କେବେଠୁ କ୍ଲାସ୍ ହେବ, ତାହା ସରକାର ସ୍ପଷ୍ଟ କରିନଥିବାରୁ ତାକୁ ନେଇ କଳ୍ପନାଜଳ୍ପନା ବଢ଼ିଛି। ତେବେ କ୍ଲାସ ଆରମ୍ଭ ପରିବର୍ତ୍ତେ ଫାଇନାଲ୍ ସେମିଷ୍ଟର ପରୀକ୍ଷା ସାରିବାକୁ ଉଚ୍ଚଶିକ୍ଷା ବିଭାଗ ଗୁରୁତ୍ୱ ଦେଉଥିବା ଜଣାପଡିଛି। ପରୀକ୍ଷା ପରେ ଅକ୍ଟୋବରରୁ ନୂଆ ଶିକ୍ଷା ବର୍ଷ ଆରମ୍ଭ କରାଯିବା ସମ୍ଭାବନା ରହିଛି। ତେବେ ଶିକ୍ଷାବର୍ଷ ଯେପରି ପ୍ରଭାବିତ ନହେବ ସେଥିପ୍ରତି ବିଭାଗ ଦୃଷ୍ଟି ଦେଉଥିବା ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି।

Related story