ଭୁବନେଶ୍ୱର ବିମାନ ବନ୍ଦରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିଲ୍ଲୀ ଓ ତା’ର ପାଶ୍ୱର୍ବର୍ତ୍ତୀ ଅଂଚଳରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ସେଠାରୁ ଫେରୁଥିବା ଯାତ୍ରୀଙ୍କ ଉପରେ ସତର୍କ ନଜର ରଖିବାକୁ ଗତକାଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ ପରେ ଆଜି ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ବିଜୁ ପଟ୍ଟନାୟକ ବିମାନ ବନ୍ଦରର ନିର୍ଦ୍ଦେଶକ ପ୍ରଭାତ ରଞ୍ଜନ ବେଉରା ଆଜି ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, କୋଭିଡ୍ -୧୯ ସଂକ୍ରମଣ […]

Bhubaneswar Airport

Jitendra Garnayak
  • Published: Thursday, 05 May 2022
  • , Updated: 05 May 2022, 09:30 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିଲ୍ଲୀ ଓ ତା’ର ପାଶ୍ୱର୍ବର୍ତ୍ତୀ ଅଂଚଳରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ସେଠାରୁ ଫେରୁଥିବା ଯାତ୍ରୀଙ୍କ ଉପରେ ସତର୍କ ନଜର ରଖିବାକୁ ଗତକାଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ ପରେ ଆଜି ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି ।

ବିଜୁ ପଟ୍ଟନାୟକ ବିମାନ ବନ୍ଦରର ନିର୍ଦ୍ଦେଶକ ପ୍ରଭାତ ରଞ୍ଜନ ବେଉରା ଆଜି ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, କୋଭିଡ୍ -୧୯ ସଂକ୍ରମଣ ମାମଲା ବୃଦ୍ଧି ପାଇବାକୁ ଦୃଷ୍ଟିରେ ରଖି ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ସମସ୍ତ ଯାତ୍ରୀ, ବିମାନ ବନ୍ଦର କର୍ମଚାରୀ, ଏୟାରଲାଇନ୍ସ କର୍ମଚାରୀ ଓ ଅନ୍ୟ ସମସ୍ତଙ୍କ ପାଇଁ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ବିମାନ ବନ୍ଦରର ସୁରକ୍ଷା କର୍ମୀଙ୍କୁ ଏନେଇ ଅବଗତ କରାଯାଇଛି ଓ ଯେଉଁମାନେ ମାସ୍କ ପିନ୍ଧିବା ନିୟମକୁ ଉଲ୍ଲଘଂନ କରୁଛନ୍ତି ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେବାକୁ କୁହାଯାଇଛି । ସ୍ୱାସ୍ଥ୍ୟ ବିଭାଗର ପରାମର୍ଶ ପରେ ବିମାନ ବନ୍ଦର ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି ବୋଲି ସେ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ, ଗତକାଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଆରକେ ଶର୍ମା ଦିଲ୍ଲୀ ଓ ତା’ର ପାଶ୍ୱର୍ବର୍ତ୍ତୀ ଅଂଚଳରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ତଥା ପ୍ରତ୍ୟେକ ଦିନ ଓଡ଼ିଶାକୁ ଉଭୟ ବିମାନ ଓ ରେଳରେ ସେଠାରୁ ଆସୁଥିବା ଲୋକଙ୍କ ଉପରେ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

Related story