ଏବେବି ଏସବୁ ଜିଲ୍ଲାରେ ପହଞ୍ଚିନି ମୌସୁମୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାକୁ ଆଗମନ କରିଛି ମୌସୁମୀ। ତେବେ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାକୁ ଛାଡିଦେଲେ ରାଜ୍ୟର ପ୍ରାୟ ଅଧିକାଂଶ ଜିଲ୍ଲାକୁ ମୌସୁମୀ ପ୍ରବେଶ କରିଛି। ପଶ୍ଚିମ ଓଡ଼ିଶାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ବ୍ୟତୀତ କେନ୍ଦୁଝର, ଏବଂ ମୟୂରଭଞ୍ଜ ଜିଲ୍ଲାକୁ ମଧ୍ୟ ମୌସୁମୀ ପହଞ୍ଚି ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ମୌସୁମୀ ବାୟୁ ପ୍ରବେଶ କରିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେପଟେ ବଙ୍ଗୋପସାଗରରେ […]

mansoon

Ranjit Kumar Jena
  • Published: Friday, 12 June 2020
  • , Updated: 12 June 2020, 04:12 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାକୁ ଆଗମନ କରିଛି ମୌସୁମୀ। ତେବେ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାକୁ ଛାଡିଦେଲେ ରାଜ୍ୟର ପ୍ରାୟ ଅଧିକାଂଶ ଜିଲ୍ଲାକୁ ମୌସୁମୀ ପ୍ରବେଶ କରିଛି।

ପଶ୍ଚିମ ଓଡ଼ିଶାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ବ୍ୟତୀତ କେନ୍ଦୁଝର, ଏବଂ ମୟୂରଭଞ୍ଜ ଜିଲ୍ଲାକୁ ମଧ୍ୟ ମୌସୁମୀ ପହଞ୍ଚି ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ମୌସୁମୀ ବାୟୁ ପ୍ରବେଶ କରିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ସେପଟେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଛି। ଏହାର ପ୍ରଭାବରେ ଆହୁରି ୨ ଦିନ ବର୍ଷା ଲାଗି ରହିବ ବୋଲି ବିଭାଗ କହିଛି।

Related story