କାର୍ଯ୍ୟକ୍ଷମ ହେଲା ତାଳଚେର ଏମସିଏଲ୍ ହସ୍ପିଟାଲ କୋଭିଡ୍ ହସ୍ପିଟାଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅନୁଗୁଳ ଜିଲ୍ଲାରେ ବଢ଼ୁଥିବା କୋଭିଡ୍ ମାମଲାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ତାଳଚେରସ୍ଥିତ ଏମସିଏଲ୍ ହସ୍ପିଟାଲକୁ କୋଭିଡ୍ ହସ୍ପିଟାଲରେ କାର୍ଯ୍ୟକ୍ଷମ କରିଛନ୍ତି। ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଶ୍ରୀ ପ୍ରଧାନ ଏପ୍ରିଲ ୨୦ତାରିଖରେ କେନ୍ଦ୍ର ଖଣି ଓ କୋଇଲା ମନ୍ତ୍ରୀ ଶ୍ରୀ ଯୋଶୀଙ୍କୁ ଚିଠି ଲେଖି ଏମସିଏଲ୍ ହସ୍ପିଟାଲକୁ କୋଭିଡ୍ ହସ୍ପିଟାଲରେ ପରିଣତ କରିବା ପାଇଁ […]

Covid-Hospital

Ordigital Desk
  • Published: Saturday, 01 May 2021
  • , Updated: 01 May 2021, 09:14 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅନୁଗୁଳ ଜିଲ୍ଲାରେ ବଢ଼ୁଥିବା କୋଭିଡ୍ ମାମଲାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ତାଳଚେରସ୍ଥିତ ଏମସିଏଲ୍ ହସ୍ପିଟାଲକୁ କୋଭିଡ୍ ହସ୍ପିଟାଲରେ କାର୍ଯ୍ୟକ୍ଷମ କରିଛନ୍ତି। ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଶ୍ରୀ ପ୍ରଧାନ ଏପ୍ରିଲ ୨୦ତାରିଖରେ କେନ୍ଦ୍ର ଖଣି ଓ କୋଇଲା ମନ୍ତ୍ରୀ ଶ୍ରୀ ଯୋଶୀଙ୍କୁ ଚିଠି ଲେଖି ଏମସିଏଲ୍ ହସ୍ପିଟାଲକୁ କୋଭିଡ୍ ହସ୍ପିଟାଲରେ ପରିଣତ କରିବା ପାଇଁ ଅନୁରୋଧ କରିଥିଲେ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ବର୍ତ୍ତମାନର କରୋନା ମହାମାରୀ ସମୟରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଭାରତ ସରକାର ଦେଶରେ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ୍ କରିବା ଦିଗରେ ପ୍ରାଥମିକତା ଦେଉଛନ୍ତି। ଏମସିଏଲର ଏହି ପଦକ୍ଷେପ ଦ୍ୱାରା ଅନୁଗୁଳ ଜିଲ୍ଲା ତଥା ଆଖପାଖ ଅଂଚଳର କୋଭିଡ୍ ରୋଗୀମାନେ ବିଶେଷ ଭାବରେ ଉପକୃତ ହୋଇପାରିବେ।  ଦେଶରେ ଦ୍ରୁତ ଗତିରେ ବଢୁଥିବା କୋଭିଡ -୧୯ ର ମାମଲା ଗୁଡ଼ିକର ଚିକିତ୍ସା ପାଇଁ ସମସ୍ତ ଉପଲବ୍ଧ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ବୃଦ୍ଧି କରିବା ଆବଶ୍ୟକ। ତେଣୁ ଅନୁଗୁଳ ଜିଲ୍ଲାରେ କୋଭିଡ୍ ମାମଲା ବଢ଼ୁଥିବାବେଳେ ଏଠାରେ ଜରୁରୀକାଳୀନ ମେଡ଼ିକାଲ ଭିତ୍ତିଭୂମିକୁ କାର୍ଯ୍ୟକ୍ଷମ କରିବା ଅତ୍ୟନ୍ତ ଆବଶ୍ୟକ ବୋଲି ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଥିଲେ।

Related story