ଜୟପୁର(ଟି ଗୌରିଶଙ୍କର): ଡାକ୍ତରଖାନା ଶୌଚାଳୟରେ ପଡ଼ି ଚାଲିଗଲା ରୋଗୀଙ୍କ ଜୀବନ । ଏପରି ଅଘଟଣ କୋରାପୁଟ ଜିଲ୍ଲା ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଘଟିଛି। ମୃତକ ହେଲେ କାଳୀ ଚରଣ ସିଂହ । ତାଙ୍କ ଘର ବୋରିଗୁମ୍ମା ଥାନା ଅନ୍ତର୍ଗତ ପୁଜାରିପୁଟରେ ବୋଲି ଜଣାଯାଇଛି।
ଆସ୍ଥମା ରୋଗରେ ପୀଡ଼ିତ କାଳୀ ଚରଣ ଗତକାଲି ଜୟପୁର ମୁଖ୍ୟ ଚିକିତ୍ସାଳୟରେ ଆଡମିଟ ହୋଇଥିଲେ। ଚିକିତ୍ସା ସମୟରେ ଅକ୍ସିଜେନ ମଧ୍ୟ ଲାଗିଥିଲା । କାଲିଠୁ ସ୍ୱାସ୍ଥ୍ୟାବସ୍ଥାରେ ଧୀରେ ଧୀରେ ସୁଧାର ଆସୁଥିବା ବେଳେ ଆଜି ସକାଳେ ନିଜେ ଅକ୍ସିଜେନ ବାହାର କରି ଶୌଚାଳୟ ଯାଇଥିଲେ କାଳୀ ଚରଣ । ମାତ୍ର ସେଠାରେ ସେ ପଡି ଯାଇଥିଲେ। ବହୁ ସମୟ ପର୍ଯ୍ୟନ୍ତ ଶୌଚାଳୟରୁ ନ ବାହାରିବାରୁ ପରିବାର ଲୋକେ ଭିତରକୁ ଯାଇ ସେ ଅଚେତ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ଏହାପରେ ତାଙ୍କୁ ତୁରନ୍ତ ଉଠାଇ ଆଣିଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ।
ଏପରି ଖବର ପାଇବା ପରେ ସଦର ଥାନା ପୁଲିସ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠେଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଧାନମନ୍ତ୍ରୀ ମୋଦି କରିବେନି ରୋଡ୍ ଶୋ’, ରିପୋର୍ଟ କାର୍ଡ ଦେବେ ମୋହନ ସରକାର
ସ୍ୱାଧୀନତା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ଆୟୋଜନ ହେଉଛି । ସମ୍ମିଳନୀର ଦ୍ୱିତୀୟ ଦିନ ଅର୍ଥାତ୍ ନଭେମ୍ବର ୩୦ତାରିଖରେ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଇ ଡିସେମ୍ବର ୧ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।
Crime
ପୁଲିସ୍ ଓ ଓକିଲ କହି ଟଙ୍କା ଆଦାୟ କରୁଥିଲେ ଦୁଇ ଯୁବକ
ଅଭିଯୋଗ ଅନୁସାରେ ଦୁଇ ଧ୍ରୁତ ହେଉଛନ୍ତି ନୟାଗଡ ଜିଲ୍ଲା ସରୋଡା ଗାଁର କାର୍ତ୍ତିକ ରାଉତରାୟ ଓ ଏକାନ ପାଣି। ଏମାନେ କୁଆଡେ ଜାନୁଆରୀ ୨୩ ତାରିଖରେ ଚାଲାଣଗୁଡା ସରପଞ୍ଚ ଇରମା ମାଢ଼ିଙ୍କୁ ଫୋନ୍ କରିଥିଲେ।
Politics
ନିର୍ବାଚନ ପୂର୍ବରୁ ବିଜେଡି ସରକାର ବାଣ୍ଟିଥିଲେ ୨୫୨କୋଟି ଟଙ୍କାର ଝୋଟବ୍ୟାଗ
ରାଜ୍ୟବାସୀ ବିଜେଡି ସରକାରକୁ ବାଏବାଏ କରି ବିଜେପି ସରକାରକୁ କ୍ଷମତାସୀନ କରିବା ପରେ ଏହି ତଥ୍ୟ ପଦାକୁ ଆସିଛି ।
Miscellaneous
ଯୁଦ୍ଧଭୂମିର ଭ୍ରମ; ପୁରୀରେ ଘୁଁ ଘୁଁ ଗର୍ଜନ କରୁଛନ୍ତି ଯୁଦ୍ଧ ଟ୍ୟାଙ୍କ
ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା ସହ ପରାକ୍ରମ ଦେଖାଇବାକୁ କେତେ ସଜାଗ ଭାରତୀୟ ନୌସେନା, ସେନେଇ ପ୍ରଦର୍ଶିତ ହେବ ଦୁଃସାହସିକ ରଣକୌଶଳ।