ସୁନ୍ଦରଗଡ଼ (ବିଜୟ ବରୁଆ): କ୍ୱାରେଣ୍ଟାଇନ୍ ଗଲେ ପୋକ୍ସୋ କୋର୍ଟ ବିଚାରପତି, ସରକାରୀ ଓକିଲ ଓ ଷ୍ଟାଫ୍। ଆଜି ଏପରି ଖବର ସୁନ୍ଦରଗଡ଼ରୁ ଆସିଛି। କୋର୍ଟ ଯାଇଥିବା ଦୁଇ କନ୍ଷ୍ଟେବଳ ‘କରୋନା’ରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିବା ପରେ ଜିଲ୍ଲାପ୍ରଶାସନ ଏପରି ପଦକ୍ଷେପ ନେଇଛି।
ଗତ ୨ ତାରିଖରେ ବୀରମିତ୍ରପୁର ନାବାଳିକା ପୀଡ଼ିତାଙ୍କୁ ସୁନ୍ଦରଗଡ଼ ପୋକ୍ସୋ କୋର୍ଟରେ ହାଜର କରାଯାଇଥିଲା। ପୀଡ଼ାତାଙ୍କୁ ଦୁଇ ମହିଳା କନ୍ଷ୍ଟେବଳ କୋର୍ଟରେ ହାଜର କରାଇଥିଲେ। ଏହା ପରେ ଦୁଇ କନ୍ଷ୍ଟେବଳଙ୍କୁ ଥଣ୍ଡା ଓ କାଶ ହୋଇଥିଲା। ପରେ ସେମାନଙ୍କ ରକ୍ତ ଓ ସ୍ୱାବ୍ ଟେଷ୍ଟ ପାଇଁ ପଠାଯାଇଥିଲା।
ଗତକାଲି ଆସିଥିବା ରିପୋର୍ଟରେ ଉଭୟଙ୍କୁ ‘କରୋନା’ ହୋଇଥିବା ସ୍ପଷ୍ଟ ହୋଇଛି। ଏହା ପରେ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ତତ୍ପର ହୋଇଛି। ପୋକ୍ସୋ କୋର୍ଟର ବିଚାରପତି, ସରକାରୀ ଓକିଲ ଓ ଅନ୍ୟ ଷ୍ଟାଫ୍ମାନେ ହୋମ୍ କ୍ୱାରେଣ୍ଟାଇନ୍ରେ ରହିଛନ୍ତି। ତେବେ ପୀଡ଼ିତା ନାବାଳିକାଙ୍କ ରିପୋର୍ଟ ନେଗେଟିଭ୍ ଆସିଛି। ଅନ୍ୟପକ୍ଷରେ କୋର୍ଟକୁ ସାନିଟାଇଜ୍ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ବିଜେଡିର ‘ଲଣ୍ଠନ’ ରାଜନୀତି: ସଂଗଠନ ଓ ବିଧାୟକ ମଧ୍ୟରେ ଫାଟ, ପୁଣି ଦିଲ୍ଲୀ ଗଲେ ନବୀନ
ରାଜ୍ୟରେ କ୍ଷମତାସୀନ ବିଜେପି ପ୍ରତି ବିଜେଡି ନେତୃତ୍ୱ ନିଜର ଆଭିମୁଖ୍ୟ ସ୍ପଷ୍ଟ କରୁନଥିବାରୁ ସଂଗଠନ ଓ ବିଧାୟକମାନଙ୍କ ମଧ୍ୟରେ ଫାଟ ବଢ଼ିବାରେ ଲାଗିଛି ।

Politics
ଓଡ଼ିଶା ଛାଡ଼ିବେ ପାଣ୍ଡିଆନ: ବିଜେଡି ସମ୍ଭାଳିବେ ବବି, ନେତାଙ୍କ ତୁଣ୍ଡରେ ତୁଣ୍ଡି
ଧାରଣ ନିର୍ବାଚନରେ ବିପର୍ଯ୍ୟୟ ପରେ ଦଳରେ ପଂଚାୟତଠୁ ରାଜ୍ୟସ୍ତର ପର୍ଯ୍ୟନ୍ତ ତୀବ୍ର ଗୋଷ୍ଠୀକନ୍ଦଳ ଲାଗି ରହିଥିବାରୁ ପାଣ୍ଡିଆନଙ୍କ ପ୍ରସ୍ତୁତ ଏହି ଇକୋସିଷ୍ଟମ ଓ ରିମୋଟ୍ କଂଟ୍ରୋଲରେ ନିୟନ୍ତ୍ରଣ କେତେ ପ୍ରଭାବୀ ହୋଇପାରିବ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।

Miscellaneous
ବିଜେଡି ସାଂସଦଙ୍କ ପତ୍ନୀଙ୍କ କରାମତି: ରାତାରାତି ସଂସ୍ଥା ଗଢ଼ି ନେଇ ଯାଇଛନ୍ତି ସରକାରୀ ସମ୍ପତ୍ତି, ଜଳଜଳ ଦିଶୁଛି ଜାଲିଆତି
ନିଜର ଗଡ଼ଫାଦର ତଥା ‘ଧରମ ଶ୍ୱଶୁର’ଙ୍କ ପତିଆରା ଏବଂ ବିଜେଡିର ଅଘୋଷିତ ସର୍ବେସର୍ବାଙ୍କ ଛତ୍ରଛାୟାରେ ରହି ସମସ୍ତଙ୍କ ଆଖିରେ ଆଙ୍ଗୁଳି ଗେଞ୍ଜି ଶାଗମାଛ ଦରରେ ମାନସଙ୍କ ପତ୍ନୀ ଗାୟତ୍ରୀବାଳା ପଣ୍ଡା ୩୦ବର୍ଷିଆ ଲିଜରେ ରାଜ୍ୟ ସରକାରଙ୍କ ଏଭଳି ଏକ ସମ୍ପତ୍ତିକୁ ହାତେଇଛନ୍ତି ।

Guest Column
ରାଜା ଚକ୍ର ଖଣି କଳା କାରନାମାର କେବଳ ଗୋଟିଏ ବିନ୍ଦୁ
ରାଜ୍ୟରେ ଖଣି ସୂତ୍ରରୁ ଆଇନସିଦ୍ଧ ଭାବେ ଯାହା ଉତ୍ପାଦନ ପାଇଁ ମଞ୍ଜୁର ଦିଆଯାଉଛି ଓ ଯେଉଁଥିରୁ ରାଜ୍ୟ ସରକାର ଖଣି ରାଜସ୍ୱ ପାଉଛନ୍ତି ତାହା ବାହାରେ ଖଣିକୁ କେନ୍ଦ୍ର କରି ଲୋଡିଂ ଓ ଟ୍ରାନ୍ସପୋର୍ଟିଂ ସମେତ ସମସ୍ତ ବ୍ୟବସ୍ଥା ଏପରି କରାଯାଇଛି ଯେ, ସେଥିରେ ପ୍ରତି ସ୍ତରରେ ଟନ୍ ପିଛା ଚାନ୍ଦା ବା ବଟି ଆକାରରେ କଳାଧନ ଆଦାୟ କରାଯାଉଛି।

Guest Column
ଗ୍ରାମାଞ୍ଚଳ ଅର୍ଥନୀତିର ବାହକ ପ୍ରବାସୀ ଶ୍ରମିକ
ସେଦିନ କୋଣାର୍କ ନିକଟସ୍ଥ ଏକ ଗ୍ରାମରେ ମୋର ତାମିଲନାଡୁର ଜଣେ ବନ୍ଧୁଙ୍କ ସହିତ ସ୍ଥାନୀୟ ଯୁବକମାନେ ତାମିଲରେ କଥା ହେବା ମୋତେ କିଛି ସମୟ ଲାଗି ଆଶ୍ଚର୍ଯ୍ୟ କରିଦେଇଥିଲା। ପଚାରିବାରୁ ଜାଣିଲି ଯେ ଏବେ କିଛି ବର୍ଷ ହେବ ଉଦୟକଣି ଓ ପାଖାପାଖି ଗ୍ରାମର ଯୁବକମାନେ ତାମିଲନାଡୁର ବିଭିନ୍ନ ସହରରେ ଯାଇ କାମ କରୁଛନ୍ତି। ଆବଶ୍ୟକ ହେବା ଭଳି ତାମିଲ ଭାଷା ସେମାନେ ସେହିଠାରୁ ଶିଖିନେଇଛନ୍ତି।