ସାମ୍ବାଦିକଙ୍କୁ ସ୍ୱତନ୍ତ୍ର ଡ୍ରାଇଭ ଜରିଆରେ ଦିଆଯିବ ଦ୍ୱିତୀୟ ଡୋଜ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ୧୮ରୁ ୪୪ ବର୍ଷ ବର୍ଗଙ୍କ ଦ୍ୱିତୀୟ ଡୋଜ ଟିକାକରଣ ପାଇଁ ବିଏମ୍ସି ପ୍ରସ୍ତୁତି ଆରମ୍ଭ କରିଛି। ଆସନ୍ତା ୮ ଓ ୯ ତାରିଖରୁ ଆରମ୍ଭ ହେବ ସ୍ୱତନ୍ତ୍ର ଡ୍ରାଇଭ । ଟିକାର ଅଭାବ କାରଣରୁ ବନ୍ଦ ଥିବା ମୋବିଲାଇଜେସନ କେନ୍ଦ୍ର ପୁଣି କାର୍ଯ୍ୟକ୍ଷମ ହେବ। ପୂର୍ବରୁ ଗତ ମେ ୩, ୪ ଓ ୫ ତାରିଖରେ ପ୍ରଥମ ଡୋଜ ନେଇଥିବା ବ୍ୟକ୍ତିଙ୍କୁ ଦିଆଯିବ ଦ୍ୱିତୀୟ ଡୋଜ ଟିକା । ମୋବିଲାଇଜେସନ ସେଣ୍ଟର ଜରିଆରେ ଟିକା […]

Vaccine

Tapas Behera
  • Published: Friday, 04 June 2021
  • , Updated: 04 June 2021, 04:07 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ୧୮ରୁ ୪୪ ବର୍ଷ ବର୍ଗଙ୍କ ଦ୍ୱିତୀୟ ଡୋଜ ଟିକାକରଣ ପାଇଁ ବିଏମ୍ସି ପ୍ରସ୍ତୁତି ଆରମ୍ଭ କରିଛି। ଆସନ୍ତା ୮ ଓ ୯ ତାରିଖରୁ ଆରମ୍ଭ ହେବ ସ୍ୱତନ୍ତ୍ର ଡ୍ରାଇଭ । ଟିକାର ଅଭାବ କାରଣରୁ ବନ୍ଦ ଥିବା ମୋବିଲାଇଜେସନ କେନ୍ଦ୍ର ପୁଣି କାର୍ଯ୍ୟକ୍ଷମ ହେବ। ପୂର୍ବରୁ ଗତ ମେ ୩, ୪ ଓ ୫ ତାରିଖରେ ପ୍ରଥମ ଡୋଜ ନେଇଥିବା ବ୍ୟକ୍ତିଙ୍କୁ ଦିଆଯିବ ଦ୍ୱିତୀୟ ଡୋଜ ଟିକା । ମୋବିଲାଇଜେସନ ସେଣ୍ଟର ଜରିଆରେ ଟିକା ନେଇଥିବା ବ୍ୟକ୍ତିଙ୍କୁ ବିଏମସି ପକ୍ଷରୁ ସୂଚନା ଦିଆଯିବା ସହ ପୂର୍ବରୁ ଦେଇଥିବା କେନ୍ଦ୍ରରେ ହିଁ ଦିଆଯିବ ଟିକା ।

ଏ ନେଇ ସୂଚନା ଦେଇଛନ୍ତି ବିଏମ୍ସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ । ତେବେ ଯେଉଁମାନେ କୋଓ୍ୱିନ୍ ଆପ୍ ଜରିଆରେ ସ୍ଲଟ ବୁକିଂ କରି ଟିକା ନେଇଥିଲେ । ସେମାନଙ୍କୁ ପୁଣି ସ୍ଲଟ ବୁକିଂ କରିବାକୁ ହେବ ।

ଟିକାର ପରିମାଣକୁ ଦୃଷ୍ଟିରେ ରଖି ଟିକାକରଣ କରାଯିବ। ଅନ୍ୟପଟେ ସାମ୍ବାଦିକଙ୍କୁ ଦ୍ୱିତୀୟ ଡୋଜ ଟିକା ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି।  ସାମ୍ବାଦିକଙ୍କୁ ସ୍ୱତନ୍ତ୍ର ଡ୍ରାଇଭ ଜରିଆରେ ଦିଆଯିବ ଦ୍ୱିତୀୟ ଡୋଜ ଟିକା। ବିଏମ୍ସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ପୂର୍ବଭଳି ୟୁନିଟ-୬ ବାଳିକା ବିଦ୍ୟାଳୟରେ ଖୁବଶୀଘ୍ର ଟିକାକରଣ ହେବ ବୋଲି ବିଏମ୍ସି ଅତିରିକ୍ତ କମିଶନର ସୂଚନା ଦେଇଛନ୍ତି।

Related story