ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଦଳିବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। କାରଣ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଥିବା ଆଇଏଏସ୍ ଅଫିସର କ୍ରିଷନ କୁମାର କେନ୍ଦ୍ରୀୟ ଡେପୁଟେସନ୍ରେ ଯିବେ। ତାଙ୍କୁ କେନ୍ଦ୍ର ବାଣିଜ୍ୟ ବିଭାଗର ଯୁଗ୍ମ ସଚିବ ଭାବେ ଅବସ୍ଥାପିତ କରାଯିବ। ଆଜି ଏ ନେଇ କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
୨୦୦୨ ବ୍ୟାଚ୍ର ଆଇଏଏସ୍ ଅଫିସର କ୍ରିଷନ କୁମାର ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପୂର୍ତ୍ତ ସଚିବ ଦାୟିତ୍ୱ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ କାର୍ଯ୍ୟ କରୁଛନ୍ତି। ଏହା ପୂର୍ବରୁ ସେ ବିଏମସି କମିଶନର ମଧ୍ୟ ଥିଲେ। ତା ପୂର୍ବରୁ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ସେ ସଫଳତାର ସହ ଦାୟିତ୍ୱ ନିର୍ବାହ କରିଛନ୍ତି।