ପୁରୀ (ଓଡ଼ିଶା ରିପୋର୍ଟର): ଆସନ୍ତା ୨୬ ତାରିଖରେ ପଡ଼ୁଛି ପବିତ୍ର ଅକ୍ଷୟ ତୃତୀୟା। ଏହି ଦିନଠାରୁ ଆରମ୍ଭ ହେବ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ। ସେଥିପାଇଁ ଆଜି ବଡ଼ଦାଣ୍ଡରେ ପହଞ୍ଚିଛି ଷଷ୍ଠ ପର୍ଯ୍ୟାୟର ରଥକାଠ। ‘କରୋନା’ର ଅନେକ କଟକଣା ଭିତରେ ନୟାଗଡ଼ ବନଖଣ୍ଡରୁ ଆଜି ୪୯ ଖଣ୍ଡ ଅସନ, ଧଉରା ଓ ସିମିଳି କାଠ ପହଞ୍ଚିବା ପରେ ତାକୁ ରଥଖଳାରେ ରଖାଯାଇଛି। ସେପଟେ କଟକ ଖପୁରିଆ କରତ କଳରେ କାଠ ଚିରଟ କରାଯାଉଛି। ତେବେ ‘କରୋନା’ ସ୍ଥିତିକୁ ଦେଖି ବୈଠକ ପରେ ରଥଯାତ୍ରା କିଭଳି ହେବ ସେ ନେଇ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ତତ୍ତ୍ୱବଧାରକ।
ସେପଟେ ରଥନିର୍ମାଣ ପାଇଁ ୮୬୫ଖଣ୍ଡ କାଠ ଆବଶ୍ୟକ। ସେଥିରୁ ୧୭୫ ଖଣ୍ଡ କାଠ ପୂର୍ବରୁ ଆସିଥିଲା। ଆଜି ନୟାଗଡ ବନଖଣ୍ଡରୁ ୪୯ ଖଣ୍ଡ କାଠରୁ ଧଉରା ୧୨ ଫୁଟିଆ ୪ଟି, ଅସନ ୨୦ଫୁଟିଆ ୨୬ଟି, ଧଉରା ୨୦ଫୁଟିଆ ୧୨ଟି ଅସନ ୧୨ଫୁଟିଆ ୬ଟି, ସିମିଳି୧ଖଣ୍ଡ କାଠ ଆସିଛି। ଷଷ୍ଠ ପର୍ଯ୍ୟାୟରେ ଆସିଛି ୨୨୪ ଖଣ୍ଡ କାଠ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।