ବର୍ଷାର ମୁକାବିଲା ପାଇଁ ଜିଲ୍ଲାପାଳଙ୍କୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି। ତେବେ ସ୍ଥିତିକୁ ଦେଖି ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ SRC ପରାମର୍ଶ ଦେଇଛନ୍ତି। ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲାମାନଙ୍କ ପ୍ରତି ସଜାଗ ରହିବାକୁ କୁହାଯାଇଛି। ସମ୍ଭାବ୍ୟ ବନ୍ୟା ଓ ମାଟି ଅତଡ଼ା ଧସିବା ପରିସ୍ଥିତିର ମୁକାବିଲା ପ୍ରସ୍ତୁତି ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି। ତଳିଆ ଅଞ୍ଚଳରୁ […]

rain

Manoranjan Sial
  • Published: Friday, 18 September 2020
  • , Updated: 18 September 2020, 05:52 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି। ତେବେ ସ୍ଥିତିକୁ ଦେଖି ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ SRC ପରାମର୍ଶ ଦେଇଛନ୍ତି।

ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲାମାନଙ୍କ ପ୍ରତି ସଜାଗ ରହିବାକୁ କୁହାଯାଇଛି। ସମ୍ଭାବ୍ୟ ବନ୍ୟା ଓ ମାଟି ଅତଡ଼ା ଧସିବା ପରିସ୍ଥିତିର ମୁକାବିଲା ପ୍ରସ୍ତୁତି ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି। ତଳିଆ ଅଞ୍ଚଳରୁ ପାଣି ନିଷ୍କାସନର ବ୍ୟବସ୍ଥା କରିବା ଓ ମତ୍ସ୍ୟଜୀବୀମାନଙ୍କ ପାଇଁ ଜାରି ନିର୍ଦ୍ଦେଶକୁ ଲାଗୁ କରିବାକୁ କୁହାଯାଇଛି। ସମସ୍ତ ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ SRC ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଲଘୁଚାପ ପ୍ରଭାବରେ ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୩ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ମନା କରାଯାଇଛି। ଏପରିକି ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।

Related story