Advertisment

'ବନ୍ଦେ ଉତ୍କଳ ଜନନୀ' ସଙ୍ଗୀତ ଗାନ ବେଳେ କେଉଁସବୁ ନିୟମ ପାଳନ କରିବେ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’କୁ ମିଳିଲା ରାଜ୍ୟ ସଙ୍ଗୀତ ମାନ୍ୟତା। ଆଜି ରାଜ୍ୟ କ୍ୟାବିନେଟ୍ ଏହି ସଙ୍ଗୀତକୁ ‘ସରକାରୀ ମାନ୍ୟତା’ ଦେବା ପ୍ରସ୍ତାବରେ ମୋହର ମାରିଛନ୍ତି। ତେବେ ଆସନ୍ତୁ ଜାଣିବା ଏହି ସଙ୍ଗୀତ ପାଇଁ କେଉଁ କେଉଁ ମାନ୍ୟକ୍ରମ ସ୍ଥିର ହେଲା। ୧. କାନ୍ତକବିଙ୍କ ରଚିତ ସମ୍ପୂର୍ଣ୍ଣ ଗୀତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ଭାବେ ଗ୍ରହଣ କରାଗଲା। ୨. ଏହି ସଙ୍ଗୀତର ଗାୟନର ଅନୁମୋଦିତ ସ୍ୱର, […]

author-image
Ranjit Kumar Jena
ଅଦ୍ୟତନ ହୋଇଛି
'ବନ୍ଦେ ଉତ୍କଳ ଜନନୀ' ସଙ୍ଗୀତ ଗାନ ବେଳେ କେଉଁସବୁ ନିୟମ ପାଳନ କରିବେ

bande

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’କୁ ମିଳିଲା ରାଜ୍ୟ ସଙ୍ଗୀତ ମାନ୍ୟତା। ଆଜି ରାଜ୍ୟ କ୍ୟାବିନେଟ୍ ଏହି ସଙ୍ଗୀତକୁ ‘ସରକାରୀ ମାନ୍ୟତା’ ଦେବା ପ୍ରସ୍ତାବରେ ମୋହର ମାରିଛନ୍ତି। ତେବେ ଆସନ୍ତୁ ଜାଣିବା ଏହି ସଙ୍ଗୀତ ପାଇଁ କେଉଁ କେଉଁ ମାନ୍ୟକ୍ରମ ସ୍ଥିର ହେଲା।

Advertisment

୧. କାନ୍ତକବିଙ୍କ ରଚିତ ସମ୍ପୂର୍ଣ୍ଣ ଗୀତ 'ବନ୍ଦେ ଉତ୍କଳ ଜନନୀ'କୁ ରାଜ୍ୟ ସଙ୍ଗୀତ ଭାବେ ଗ୍ରହଣ କରାଗଲା।

୨. ଏହି ସଙ୍ଗୀତର ଗାୟନର ଅନୁମୋଦିତ ସ୍ୱର, ଶୈଳୀ ତଥା ରେକର୍ଡିଂ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ୱାରା ପ୍ରସ୍ତୁତ କରାଯିବା ପାଇଁ ସ୍ଥିର କରାଗଲା।

Advertisment

୩. ଏହାର ଗାୟନ ଅବଧି ସ୍ୱର ତଥା ଶୈଳୀ ରେକର୍ଡିଂ ପ୍ରକାରେ ନିର୍ଦ୍ଧାରିତ ହେଲା।

୪. ରାଜ୍ୟ ସରକାରଙ୍କ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ, ବିଧାନସଭାର ଅଧିବେଶନ ଏବଂ ଅନ୍ୟାନ୍ୟ ସ୍ୱତନ୍ତ୍ର ସରକାରୀ କାର୍ଯ୍ୟକ୍ରମରେ ଏହି ସଙ୍ଗୀତକୁ ବିନା ବାଦ୍ୟରେ ପରିବେଷଣ ବା ଗାନ କରାଯିବ।

୫. ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ଅନ୍ୟାନ୍ୟ ସଭାସମିତି ଏବଂ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ପୃଷ୍ଠସଂଗୀତ କିମ୍ବା ବାଦ୍ୟଯନ୍ତ୍ର ସଙ୍ଗତ ସହ ଏହାକୁ ପରିବେଷଣ ବା ଗାନ କରାଯିବ।

୬. ଉଦଘାଟନୀ, ଉଦଯାପନୀ ଏବଂ ଉଦବୋଧନ ସଙ୍ଗୀତ ଭାବେ ଏହାର ଗାନ କରାଯିବା ସମୟରେ ଏହି ରାଜ୍ୟ ସଙ୍ଗୀତ ପ୍ରତି ସମ୍ମାନ ପ୍ରଦର୍ଶନ ପୂର୍ବକ ଉପସ୍ଥିତ ସମସ୍ତେ ସଙ୍ଗୀତ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଦଣ୍ଡାୟମାନ ରହିବେ। କିନ୍ତୁ ବୟସ୍କ, ଭିନ୍ନକ୍ଷମ, ଅସୁସ୍ଥ, ଶିଶୁ ଏବଂ ଗର୍ଭବତୀ ମହିଳାମାନେ ନମ୍ର ଭାବେ ବସି ସଙ୍ଗୀତ ପ୍ରତି ସମ୍ମାନ ପ୍ରଦର୍ଶନ କରିପାରିବେ।

୭. ଏହି ସଙ୍ଗୀତ ପୁଲିସ୍ ବ୍ୟାଣ୍ଡ, ବଂଶୀ, ସୀତାର ଆଦି ବିଭିନ୍ନ ବାଦ୍ୟଯନ୍ତ୍ର ମାଧ୍ୟମରେ ମଧ୍ୟ ପରିବେଷଣ କରାଯିବ।

୮. ଏହି ସଙ୍ଗୀତର ପ୍ରଚାର ପ୍ରସାର ତଥା ଅଭିବୃଦ୍ଧି ନିମନ୍ତେ ଏହାର ସୃଜନାତ୍ମକ ପରିବେଷଣ ଉପରେ କୌଣସି କଟକଣା ରହିବ ନାହିଁ।

୯. ବିଦ୍ୟାଳୟ ଓ ମହାବିଦ୍ୟାଳୟ ପାଠକ୍ରମରେ ଏହି ସଙ୍ଗୀତକୁ ଅନ୍ତର୍ଭୁକ୍ତ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗକୁ ନିର୍ଦ୍ଦେଶ।