ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତାକାଲି ପୂର୍ବାହ୍ନ ୧୦ଟାରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକ ସମ୍ପର୍କରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରୀମାନଙ୍କୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି। ତେବେ କ୍ୟାବିନେଟ ବୈଠକରେ କ’ଣ ଆଲୋଚନା ହେବ ସେ ନେଇ କୌଣସି ଏଜେଣ୍ଡା ଦିଆଯାଇ ନାହିଁ। କେବଳ ଉପସ୍ଥିତ ରହିବା ପାଇଁ ମନ୍ତ୍ରୀମାନଙ୍କୁ ପରାମର୍ଶ ଦିଆଯାଇଛି। ଅସମର୍ଥିତ ସୂତ୍ରରୁ ମିଳିଥିବା ସୂଚନା […]

secretariat-odisha

Manoranjan Sial
  • Published: Thursday, 12 March 2020
  • , Updated: 12 March 2020, 08:28 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତାକାଲି ପୂର୍ବାହ୍ନ ୧୦ଟାରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକ ସମ୍ପର୍କରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରୀମାନଙ୍କୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି। ତେବେ କ୍ୟାବିନେଟ ବୈଠକରେ କ’ଣ ଆଲୋଚନା ହେବ ସେ ନେଇ କୌଣସି ଏଜେଣ୍ଡା ଦିଆଯାଇ ନାହିଁ। କେବଳ ଉପସ୍ଥିତ ରହିବା ପାଇଁ ମନ୍ତ୍ରୀମାନଙ୍କୁ ପରାମର୍ଶ ଦିଆଯାଇଛି।
ଅସମର୍ଥିତ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତାକାଲି କ୍ୟାବିନେଟ ବୈଠକରେ ରାଜ୍ୟ ସରକାର କୌଣସି ଏକ ବଡ଼ଧରଣର ନିଷ୍ପତ୍ତି ନେଇପାରନ୍ତି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ଘୋଷଣା ମଧ୍ୟ କରିବାର ସମ୍ଭାବନା ରହିଛି।

Related story