Advertisment

ଟ୍ୟୁସନ୍ ଯାଉଥିବା ବେଳେ ଡ୍ରେନ୍‌ରେ ଭାସିଗଲେ ଛାତ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜଧାନୀ ଭୁବନେଶ୍ୱରରେ ଅଭାବନୀୟ ଘଟଣା। ଟ୍ୟୁସନ୍ ଯାଉଥିବା ବେଳେ ଡ୍ରେନ୍‌ରେ ଭାସିଗଲେ ଛାତ୍ର । ଏଭଳି କିଛି ଘଟଣା ଘଟିଛି, ଶିରିପୁର ଶତାଦ୍ଦୀନଗର ବ୍ୟାଙ୍କ କଲୋନୀ ଅଞ୍ଚଳରେ। ଆଜି ଦ୍ୱିପ୍ରହର ପ୍ରାୟ ଦୁଇଟା ବେଳେ ବରମୁଣ୍ଡା ପାଲାମଣ୍ଡପ ଘରୁ ଶତାବ୍ବୀ ନଗର ଟ୍ୟୁସନ୍ ଯାଉଥିଲେ ୧୫ ବର୍ଷୀୟ ଦଶମ ଛାତ୍ର ଜ୍ୟୋତିର୍ମୟ ବେହେରା । ତେବେ ଶତାଦ୍ଦୀନଗରରେ ବର୍ଷା ପାଣି ଜମିଥିବାରୁ ଛାତ୍ର ଜଣକ ସାଇକେଲରେ ସେଠି ଖସି ଯାଇଥିବା ଅନୁମାନ କରାଯାଉଛି। ଏହାପରେ […]

ଅଦ୍ୟତନ ହୋଇଛି
ଟ୍ୟୁସନ୍ ଯାଉଥିବା ବେଳେ ଡ୍ରେନ୍‌ରେ ଭାସିଗଲେ ଛାତ୍ର

tgb

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜଧାନୀ ଭୁବନେଶ୍ୱରରେ ଅଭାବନୀୟ ଘଟଣା। ଟ୍ୟୁସନ୍ ଯାଉଥିବା ବେଳେ ଡ୍ରେନ୍‌ରେ ଭାସିଗଲେ ଛାତ୍ର । ଏଭଳି କିଛି ଘଟଣା ଘଟିଛି, ଶିରିପୁର ଶତାଦ୍ଦୀନଗର ବ୍ୟାଙ୍କ କଲୋନୀ ଅଞ୍ଚଳରେ। ଆଜି ଦ୍ୱିପ୍ରହର ପ୍ରାୟ ଦୁଇଟା ବେଳେ ବରମୁଣ୍ଡା ପାଲାମଣ୍ଡପ ଘରୁ ଶତାବ୍ବୀ ନଗର ଟ୍ୟୁସନ୍ ଯାଉଥିଲେ ୧୫ ବର୍ଷୀୟ ଦଶମ ଛାତ୍ର ଜ୍ୟୋତିର୍ମୟ ବେହେରା । ତେବେ ଶତାଦ୍ଦୀନଗରରେ ବର୍ଷା ପାଣି ଜମିଥିବାରୁ ଛାତ୍ର ଜଣକ ସାଇକେଲରେ ସେଠି ଖସି ଯାଇଥିବା ଅନୁମାନ କରାଯାଉଛି।

Advertisment

ଏହାପରେ ପାଖରେ ଥିବା ଡ୍ରେନରେ ସେ ପଡ଼ି ଯାଇଥିଲେ । ଗଲା ୩ ଘଣ୍ଟା ଧରି ସେ ନିଖୋଜ ଅଛନ୍ତି । ଡ୍ରେନ୍ ଯାଇଥିବା ରାସ୍ତାରେ ଖୋଜାଖୋଜି କରୁଛି ଅଗ୍ନିଶମ ବାହିନୀ ଓ ସ୍ଥାନୀୟଲୋକେ । ତେବେ ଏତେ ବଡ଼ ଘଟଣା କିପରି ଘଟିଲା ତାହା ଏବେ ଅନେକ ପ୍ରଶ୍ନ ସୃଷ୍ଟି କରିଛି।

ମୁକୁଳା ଡ୍ରେନ୍‌ ଯୋଗୁ ୨୦୧୯ରେ ନୂଆପଲ୍ଲୀ ଥାନା ଅଧୀନ ସାଲିଆସାହି ଏକାମ୍ରଭିଲ୍ଲା ଛକରେ ଘଟିଥିଲା ଅଘଟଣ। ଅସରାଏ ବର୍ଷାରେ ମୁକୁଳା ଡ୍ରେନ୍‌ରେ ଭାସି ଯାଇ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିଲା। ବିଏମ୍‌ସିର ଅବହେଳା କାରଣରୁ ସେତେବେଳେ ଏହି ଅଘଟଣ ଘଟିଲା ବୋଲି ପରିବାର ଲୋକେ ଅଭିଯୋଗ କରିଥିଲେ।  କୌଣସି ପରିସ୍ଥିତିରେ ଡ୍ରେନ୍‌ ମୁକୁଳା ରହିପାରିବ ନାହିଁ। ସମସ୍ତ ଡ୍ରେନ୍‌ ଉପରେ ସ୍ଲାବ୍‌ ପକାଇବା ବାଧ୍ୟତାମୂଳକ। କିନ୍ତୁ ରାଜଧାନୀରେ ସୁପ୍ରିମକୋର୍ଟଙ୍କ ଏହି ଗାଇଡ୍‌ଲାଇନକୁ ବିଏମ୍‌ସି ଖୋଲାଖୋଲି ଉଲ୍ଲଙ୍ଘନ କରିଚାଲିଛି। ସ୍ମାର୍ଟ ସିଟିରେ ବାରମ୍ବାର ଏଭଳି ଘଟଣା ଘଟିବା ପ୍ରଶାସନର ପାରିବାପଣିଆକୁ ପୁଣିଥରେ ପଦାରେ ପକାଇଛି। ଜଳଜଳ ହୋଇ ଦିଶୁଛି, ବିଏମସି ଓ ପ୍ରଶାସନର ଅବହେଳା। ୨୦୧୮ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଏମସିକୁ ଏକ ହଜାର କୋଟି ପ୍ରଦାନ କରିଥିଲେ ଡ୍ରେନେଜ୍‌ ସମସ୍ୟା ସମାଧାନ କରିବାକୁ। ସମସ୍ୟାର ସମାଧାନ ହେବ କ’ଣ, ମୁକୁଳା ଡ୍ରେନ୍ ଯୋଗୁଁ  ଏଭଳି ଅଘଟଣ ଘଟୁଛି।

Advertisment
Bhubaneswar BMC Mismanagement
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe