ପୁରୀ:(ଓଡ଼ିଶା ରିପୋର୍ଟର): ରାତି ପାହିଲେ ଶ୍ରୀକ୍ଷେତ୍ରବାସୀଙ୍କ ଦର୍ଶନ ପାଇଁ ଖୋଲିବ ଶ୍ରୀମନ୍ଦିର। ଆସନ୍ତାକାଲି ସକାଳ ୭ଟାରୁ ମହାପ୍ରଭୁଙ୍କ ଦର୍ଶନର ସୁଯୋଗ ପାଇବେ ପୁରୀ ସହରବାସୀ।କୋଭିଡ୍ କଟକଣା ଭିତରେ ଆବଶ୍ୟକ ପରିଚୟ ପତ୍ର ଓ ପ୍ରମାଣପତ୍ର ଦେଖାଇ ସେମାନେ ଯାଇପାରିବେ। ଓ୍ୱାଡୱାରୀ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ୍, ୮ଟି କିଓସ୍କ୍ ସହ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ଧାଡ଼ି, ପରିଚୟପତ୍ର ଓ ପ୍ରମାଣପତ୍ର ଆଦି ଯାଞ୍ଚ ବ୍ୟବସ୍ଥା କରାଯାଇଛି।
୮ ପ୍ଲାଟୁନ୍ ଫୋର୍ସ ସହ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସକାଳ ୭ଟାରୁ ଦିନ ୧୦ଟା ୩୦, ପୁଣି ୧୧ଟାରୁ ୨ଟା ୩୦ ଏବଂ ଶେଷରେ ଅପରାହ୍ଣ ୩ଟା ୩୦ରୁ ସଂଧ୍ୟା ୭ଟା ପର୍ଯ୍ୟନ୍ତ ଦର୍ଶନ ଚାଲିବ। ଶ୍ରଦ୍ଧାଳୁମାନେ ସିଂହଦ୍ୱାରରେ ପ୍ରବେଶ ଓ ଉତ୍ତର ଦ୍ୱାର ଦେଇ ପ୍ରସ୍ଥାନ କରିବେ। ଏଥିପାଇଁ ପୌରପାଳିକା ପକ୍ଷରୁ ସବୁ ପରିବାରକୁ ଚିରିକୁଟି ବଣ୍ଟନ କରାଯାଇଛି। ଗୋଟିଏ ଚିରିକୁଟିରେ ପରିବାରର ୬ ସଦସ୍ୟ ଶ୍ରୀମନ୍ଦିର ପ୍ରବେଶ କରିପାରିବେ। ଆସନ୍ତା ୨୩ ତାରିଖରୁ ସର୍ବସାଧାରଣ ଦର୍ଶନ ହୋଇପାରିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।