ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ଆଉ ୬ ମାସ ବଢ଼ିଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ରାଜ୍ୟ ମୁଖ୍ୟ ସଚିବ ତଥା ୧୯୮୬ ବ୍ୟାଚ ଆଇଏଏସ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ଆଉ ୬ ମାସ ବୃଦ୍ଧି କରିଛନ୍ତି। ତାଙ୍କ କାର୍ଯ୍ୟକାଳ ଦ୍ୱିତୀୟ ଥର ପାଇଁ ୬ ମାସ ବୃଦ୍ଧି ହୋଇଛି। ସେ ୨୦୨୩ ଫେବୃଆରୀ ୨୮ ପର୍ଯ୍ୟନ୍ତ ରାଜ୍ୟ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରିବେ । କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଗତକାଲି ରାଜ୍ୟ ସାଧାରଣ ପ୍ରଶାସନ ବିଭାଗକୁ ଲେଖା ଯାଇଥିବା ଚିଠିରେ ମୁଖ୍ୟ ସଚିବ […]

suresh-mahapatra

Ordigital Desk
  • Published: Wednesday, 24 August 2022
  • , Updated: 24 August 2022, 01:52 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ରାଜ୍ୟ ମୁଖ୍ୟ ସଚିବ ତଥା ୧୯୮୬ ବ୍ୟାଚ ଆଇଏଏସ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ଆଉ ୬ ମାସ ବୃଦ୍ଧି କରିଛନ୍ତି। ତାଙ୍କ କାର୍ଯ୍ୟକାଳ ଦ୍ୱିତୀୟ ଥର ପାଇଁ ୬ ମାସ ବୃଦ୍ଧି ହୋଇଛି। ସେ ୨୦୨୩ ଫେବୃଆରୀ ୨୮ ପର୍ଯ୍ୟନ୍ତ ରାଜ୍ୟ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରିବେ ।

କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଗତକାଲି ରାଜ୍ୟ ସାଧାରଣ ପ୍ରଶାସନ ବିଭାଗକୁ ଲେଖା ଯାଇଥିବା ଚିଠିରେ ମୁଖ୍ୟ ସଚିବ ଶ୍ରୀ ମହାପାତ୍ରଙ୍କ କାର୍ଯ୍ୟକାଳ ୬ ମାସ ବୃଦ୍ଧିକୁ ଅନୁମୋଦନ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଗଷ୍ଟ ୧୦ ତାରିଖରେ କେନ୍ଦ୍ର ସରକାରଙ୍କୁ ଚିଠି ଲେଖି ଶ୍ରୀ ମହାପାତ୍ରଙ୍କ ମୁଖ୍ୟ ସଚିବ ଭାବେ ଆଉ ୬ ମାସ ବୃଦ୍ଧି କରିବାକୁ କହିଥିଲେ।

ଶ୍ରୀ ମହାପାତ୍ରଙ୍କର କାର୍ଯ୍ୟକାଳ ଅଗଷ୍ଟ ୩୧ ତାରିଖରେ ଶେଷ ହେବାର ଥିଲା। ହେଲେ ଏବେ ସେ ଆସନ୍ତାବର୍ଷ ଫେବୃଆରୀ ୨୮ ଯାଏ ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟ କରିବେ। ଏହାପୂର୍ବରୁ ଏହି ବରିଷ୍ଠ ଅଧିକାରୀଙ୍କ କାର୍ଯ୍ୟକାଳ ୨୦୨୨ ଫେବୃଆରୀ ୨୮ରେ ସରିବାର ଥିଲା। କିନ୍ତୁ ଶେଷ ମୁହୂର୍ତ୍ତରେ ରାଜ୍ୟ ସରକାର ତାଙ୍କ କାର୍ଯ୍ୟକାଳ ୬ ମାସ ଅର୍ଥାତ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବଢ଼ାଇଥିଲେ।

Related story