ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ପୁଣି ବାଘ ଚମଡ଼ା ଜବତ। କ୍ରାଇମବ୍ରାଞ୍ଚ STF କବ୍ଜାରେ ବାଘ ଚମଡ଼ା ସ୍ମଗଲର। ବିକ୍ରି ପାଇଁ ଡିଲ୍ ବେଳେ ବୌଦ୍ଧ ମନମୁଣ୍ଡାରୁ ଜଣେ ଅଭିଯୁକ୍ତକୁ କ୍ରାଇମବ୍ରାଞ୍ଚ STF ଗିରଫ କରିଛି। ଗିରଫ ସ୍ମଗଲର ପାଖରୁ କଲରାପତରିଆ ବାଘ ଚମଡ଼ା ଜବତ ହୋଇଛି । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ପକ୍ଷରୁ ବୌଦ୍ଧ ମନମୁଣ୍ଡା ବନ୍ଧନଝୁଲି ଗାଁରେ ଚଢ଼ଉ କରାଯାଇଥିଲା ।
ଏହି ସମୟରେ ଅଭିଯୁକ୍ତଠାରୁ କଲରାପତରିଆ ବାଘ ଛାଲ ସହ ଅନ୍ୟ ସାମଗ୍ରୀ ଜବତ କରାଯାଇଛି । ଏହାକୁ ମିଶାଇ ବର୍ଷକ ଭିତରେ ୧୪ଟି କଲରାପତରିଆ ବାଘର ଚମଡ଼ା ଜବତ କଲାଣି କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍। ଏଥିସହ ବର୍ଷେ ଭିତରେ ୯ଟି ହାତୀ ଦାନ୍ତ, ୨ଟି ହରିଣ ଛାଲ, ୩ଟି ଜୀବନ୍ତ ପାଙ୍ଗୋଲିନ ଉଦ୍ଧାର କରାଯିବା ସହ ୨୮ ଜଣଙ୍କୁ ଗିରଫ କରିସାରିଛି କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।