୨୪ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ, କେଉଁଠି ବର୍ଷା ହେବ ପଢ଼ନ୍ତୁ

Ordigital Desk
  • Published: Sunday, 10 June 2018
  • , Updated: 10 June 2018, 08:39 AM IST
<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ୧୫ଟି ଜିଲ୍ଲାକୁ ପ୍ରବେଶ କରିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଗତକାଲି ମୁଖ୍ୟତଃ ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ଗଜପତି ଜିଲ୍ଲା ସମେତ ରାୟଗଡ଼ା ଜିଲ୍ଲାର ଅଧିକାଂଶ ଅଞ୍ଚଳକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ସେହିଭଳି କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କିଛି ଭାଗକୁ ଆଜି ମୌସୁମୀ ସ୍ପର୍ଶ କରିଛି। ଏବେ ପାଗ ଅନୁକୁଳ ରହିଥିବାରୁ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟର ଆଉ କିଛି ଅଞ୍ଚଳରେ ସକ୍ରିୟ ହେବ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।</p> <p>.ସେପଟେ ଉତ୍ତର ପୂର୍ବ ବଙ୍ଗୋପସାଗରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ଭିତରେ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ବିଶେଷକରି ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ାରେ ପ୍ରବଳ ବର୍ଷା ଓ ଝାରସୁଗୁଡ଼ା, ସୁନ୍ଦରଗଡ, ସମ୍ବଲପୁର ଜିଲ୍ଲାରେ ଘଡ଼ିଘଡ଼ି ସହ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।</p>

Related story