ବଲାଙ୍ଗିର (ଘଟେଶ୍ୱର ମିଶ୍ର): ବଲାଙ୍ଗିର ସଦର ଥାନା ଅନ୍ତର୍ଗତ ଖୁଜେନପାଲି ଗାଁରେ ଥିବା ଦୁଇଟି ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଧବଳେଶ୍ୱର ମନ୍ଦିର ଓ ଦୁର୍ଗା ମନ୍ଦିରରୁ ଏହି ଚୋରି ହୋଇଥିବା ଜଣାପଡ଼ିଛି।
ଦୁର୍ବୃତ୍ତମାନେ ଧବଳେଶ୍ୱର ମନ୍ଦିରର କବାଟ ଭାଙ୍ଗି ମା’ ପାର୍ବତୀଙ୍କ ରୁପା ମୁକୁଟ ଓ ହାର ଚୋରି କରି ନେଇଥିବା ବେଳେ ଦାନ ବାକ୍ସରୁ ମଧ୍ୟ ଟଙ୍କା ନେଇ ଯାଇଛନ୍ତି। ସେମାନେ ଦାନବାକ୍ସକୁ ମନ୍ଦିର ବାହାରେ ଫୋପାଡ଼ି ଦେଇଥିଲେ।
ସେହିପରି ଦୁର୍ବୃତ୍ତମାନେ ଦୁର୍ଗା ମନ୍ଦିରର କବାଟ ଭାଙ୍ଗି ରୁପା ମୁକୁଟ ଚୋରି କରି ନେଇଛନ୍ତି। ଏହାସହ ଦାନବାକ୍ସରୁ ବି ଟଙ୍କା ନେଇଯାଇଛନ୍ତି।
ଗତକାଲି ରାତି ପ୍ରାୟ ୧୨ଟା ବେଳେ ଏହି ଚୋରି ହୋଇଥିବା ସିସିଟିଭି ଫୁଟେଜ୍ରୁ ଜଣାପଡ଼ିଛି।
ଆଜି ସକାଳେ ପୂଜକ ମନ୍ଦିର ଆସିବା ପରେ ଏ ବିଷୟରେ ଜଣାପଡ଼ିଥିଲା। ସେ ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକଙ୍କୁ ଜଣାଇଥିଲେ। ଏହା ପରେ ପୁଲିସ୍କୁ ଖବର ଦିଆଯାଇଥିଲା। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।
ଶିବରାତ୍ରୀରେ ମନ୍ଦିରକୁ ବହୁ ପରିମାଣରେ ଦାନ ମିଳିଥିଲା। ଏହି ଦୃଷ୍ଟିରୁ ଚୋରି ହୋଇଥିବା ଅନୁମାନ କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ସରିଲା ଐତିହାସିକ କଟକ ବାଲିଯାତ୍ରା, ୯ ଦିନରେ ୨୫୦ କୋଟି ଟଙ୍କା ବେପାର
ଐତିହାସିକ କଟକ ବାଲିଯାତ୍ରା ସରିବା ପରେ ୯ ଦିନର କୋଳାହଳ ଏବେ ଶାନ୍ତ ପଡ଼ିଛି। ୯ ଦିନରେ ୨୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କାରବାର ହୋଇଥିବାବେଳେ ସେଥିରୁ କେବଳ ଓରମାସ ୪୦ କୋଟି ଟଙ୍କାର ବ୍ୟବସାୟ କରିଥିବା ଜଣାପଡ଼ିଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Miscellaneous
ରତ୍ନଭଣ୍ଡାରରେ ନାହିଁ ଗୁପ୍ତ କୋଠରୀ କି ସୁଡ଼ଙ୍ଗ, ମରାମତି ବାଟ ଫିଟିଲା
ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ। ଜିପିଆରଏସ୍ ସର୍ଭେ ରିପୋର୍ଟରୁ ହେଲା ସ୍ପଷ୍ଟ। ଦିନେ ଦୁଇ ଦିନରେ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
Politics
ରାସ୍ତା ମରାମତି କାମକୁ ନେଇ ତାତିଲେ ନଗର ଉନ୍ନୟନ ମନ୍ତ୍ରୀ
ମୟୂରଭଞ୍ଜ ଜିଲ୍ଲା ଏନଏଚ୍-୪୯ ବାଙ୍ଗିରିପୋଷି ଘାଟିରେ ରାସ୍ତା ମରାମତି କାର୍ଯ୍ୟର ଅଗ୍ରଗତି ହେଉନାହିଁ। PDଙ୍କୁ ଗିରଫ କରି ଜେଲ୍ ପଠାଇବାକୁ କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।