Advertisment

ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ଆଜି ବି କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ ଭାବେ ୪ ଜିଲ୍ଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ ନୂଆପଡ଼ାରେ ପ୍ରବଳ ବର୍ଷା ହୋଇପାରେ । ଏହା ବ୍ୟତୀତ ଆଗାମୀ ୨୪ ଘଣ୍ଟାରେ  ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ପୁରୀ, କଟକ, ଗଂଜାମ ଓ ଗଜପତି ସମେତ ଆଭ୍ୟନ୍ତରରୀଣ ଜିଲ୍ଲା ଗୁଡ଼ିକରେ ଘଡ଼ଘଡ଼ି […]

ଅଦ୍ୟତନ ହୋଇଛି
ଆଜିଠୁ ୨ ଦିନ ବର୍ଷିବ

Heavy rain

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ଆଜି ବି କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ ଭାବେ ୪ ଜିଲ୍ଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁରଏବଂ ନୂଆପଡ଼ାରେ ପ୍ରବଳ ବର୍ଷା ହୋଇପାରେ ।

Advertisment

ଏହା ବ୍ୟତୀତ ଆଗାମୀ ୨୪ ଘଣ୍ଟାରେ  ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ପୁରୀ, କଟକ, ଗଂଜାମ ଓ ଗଜପତି ସମେତ ଆଭ୍ୟନ୍ତରରୀଣ ଜିଲ୍ଲା ଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା  ହେବା ନେଇ ପୂର୍ବନୁମାନ କରିଛି ପାଣିପାଗ ବିଭାଗ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କରାଯାଇଥିବା ଟ୍ୱିଟ୍‌ ଅନୁଯାୟୀ, ଜୁନ୍‌ ୧ ତାରିଖରୁ ୨୭ ତାରିଖ ମଧ୍ୟରେ ଓଡ଼ିଶାରେ ୧୭୪.୯ ମିମି ବର୍ଷା ହୋଇଛି, ଯାହା ସ୍ୱାଭାବିକ ବର୍ଷା ୧୮୬.୧ ମିମିଠାରୁ ୬ ପ୍ରତିଶତ କମ୍‌ ରହିଛି।

Advertisment

୧ ଜୁନ୍‌ରୁ ୨୭ ଜୁନ୍‌ ମଧ୍ୟରେ ୧୦ଟି ଜିଲ୍ଲା ବଲାଙ୍ଗୀର, ବୌଦ୍ଧ, ରାୟଗଡ଼ା, ଗଞ୍ଜାମ, ଗଜପତି, ଯାଜପୁର, ଭଦ୍ରକ, କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝରଠାରେ ନିଅଣ୍ଟିଆ ବର୍ଷା ଅନୁଭୂତ ହୋଇଛି , ଯାହା ସ୍ୱାଭାବିକ ବର୍ଷାଠାରୁ ୨୦ରୁ ୫୯% ଯାଏ କମ୍‌ ରହିଛି।

ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ପୁରୀ, କଟକ, ଜଗତସିଂହପୁର, କେଦ୍ରାପଡ଼ା ଓ କୋରାପୁଟ ଆଦି ୭ଜିଲ୍ଲାରେ ସ୍ୱାଭାବିକଠାରୁ ୨୦ରୁ ୫୯ ପ୍ରତିଶତ ଯାଏ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଅବଶିଷ୍ଟ ୧୩ ଜିଲ୍ଲାରେ ସ୍ୱାଭାବିକ ବର୍ଷା ଅନୁଭୂତ ହୋଇଛି।

ଏଯାଏ ରାଜ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୨୫୭.୪ ମିମି ବର୍ଷା ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ସର୍ବନିମ୍ନ ୭୯.୫ ମିମି ବର୍ଷା ରେକର୍ଡ ହୋଇଛି ।

Heavy Rain Monsoon Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe