୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ, ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ଆଜି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଜପତି, ଗଂଜାମ, କନ୍ଧମାଳ ଜିଲ୍ଲାରେ କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ  । ଏହାସହ ଘଡ଼ଘଡ଼ି ସହ  ବଜ୍ରପାତ ନେଇ ଆଜି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୧ ଜିଲ୍ଲାକୁ ୟେଲୋ […]

Rain

Niharika Rout
  • Published: Tuesday, 22 June 2021
  • , Updated: 22 June 2021, 07:44 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ଆଜି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଜପତି, ଗଂଜାମ, କନ୍ଧମାଳ ଜିଲ୍ଲାରେ କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ  । ଏହାସହ ଘଡ଼ଘଡ଼ି ସହ  ବଜ୍ରପାତ ନେଇ ଆଜି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏହି ସବୁ ଜିଲ୍ଲାଗୁଡିକ ହେଲା କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଜପତି, ଗଂଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଏବଂ ରାୟଗଡ଼ା । ଏନେଇ ପାଣିପାଗ ବିଶେଷଜ୍ଞ ଏଚ. ଆର ବିଶ୍ୱାସ କହିଛନ୍ତି, ୨୨ ଜୁନ୍‌ରେ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ୟମ ଧରଣର ଓ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ମୌସୁମୀ ପ୍ରଭାବରେ ଜୁନ ୧ରୁ ଜୁନ ୨୧ ଯାଏଁ ଓଡ଼ିଶାରେ ୧୩୬. ୩ ମିଲିମିଟର ବର୍ଷା  ରେକର୍ଡ ହୋଇଛି  ।

Related story