ଆଜି ଏହିସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାମାନଙ୍କରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତା’ସହିତ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ମଦନମୋହନ ଦାସ କହିଛନ୍ତି। ସେ କହିଛନ୍ତି, “ ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, […]

rain-1-750x430

rain-1-750x430

Jyoshna Pradhan
  • Published: Saturday, 29 August 2020
  • Updated: 29 August 2020, 11:33 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାମାନଙ୍କରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତା’ସହିତ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ମଦନମୋହନ ଦାସ କହିଛନ୍ତି।

ସେ କହିଛନ୍ତି, “ ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱର ଓ କଳାହାଣ୍ଡି।

ହେଲେ ସେପ୍ଟେମ୍ୱର ୧ ତାରିଖ ଆଡ଼କୁ ୮ଟି ଜିଲ୍ଲାରେ ଅଧିକ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଜଗତସିଂହପୁର,ସୁନ୍ଦରଗଡ଼ ଓ ଗଜପତି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos