ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଧୂଳିଝଡ଼ ଓ ବର୍ଷା ହେବ। ଏପରିକି ଘଡଘଡ଼ି ମାରିବାର ଆଶଙ୍କା ରହିଛି। ଏଥିପାଇଁ୨୪ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।
ଆଜି ସକାଳ ୮ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ସୂଚନା ଜାରି କରାଯାଇଛି।
ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗିର, ବରଗଡ଼,ଜଗତସିଂହପୁର, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, ବୌଦ୍ଧ, କନ୍ଧମାଳ, ବରଗଡ଼, ବାଲେଶ୍ୱର, ପୁରୀ, ଝାରସୁଗୁଡ଼ା,କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।