ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡ଼ବର୍ଷା ହେବ। ଏପରିକି ଘଡଘଡ଼ି ମାରିବାର ଆଶଙ୍କା ରହିଛି। ଏଥିପାଇଁ ୭ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।
ଆଜି ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ,ଦେବଗଡ଼, କନ୍ଧମାଳ ଓ ଗଞ୍ଜାମ।
ଅନ୍ୟପକ୍ଷରେ ଆଜି ମୌସୁମୀ ବାୟୁ କେରଳ ଛୁଇଁଛି। ପାଗ ଅନୁକୂଳ ରହିଲେ ୭ ଦିନ ଭିତରେ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଛି। ୧୩ ତାରିଖରୁ ଦକ୍ଷିଣ ଓଡ଼ିଶାରେ ପ୍ରାକ୍ ମୌସୁମୀ ବର୍ଷା ହେବ। ଆଉ ୨ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ମେଘୁଆ ପାଗ ରହିବ। ଦୁଇ ଦିନ ପରେ ତାପମାତ୍ରା ସାମାନ୍ୟ ବଢ଼ିବାର ସମ୍ଭାବନା ରହିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।