ଭଞ୍ଜନଗର(ରାଜେଶ କୁମାର ପଣ୍ଡା): ଛେଳି ଚୋରି କରି ନେଇଗଲେ । ହେଲେ ଛାଡିଗଲେ ସ୍କର୍ପିଓ । ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ବରଗାଁରେ ଘଟିଛି ଏପରି ଘଟଣା।
ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ୨ଟି ସ୍କର୍ପିଓରେ ୪ ରୁ ୫ ଜଣ ଦୁର୍ବୃତ୍ତ ଆସିଥିଲେ। ସେମାନେ ବରଗାଁର ଉଦୟ ଗୌଡଙ୍କ ଗୁହାଳରୁ ୬୦ରୁ ଅଧିକ ଛେଳି ଚୋରି କରିନେବାକୁ ଉଦ୍ୟମ କରୁଥିଲେ। ଦୁର୍ବୃତ୍ତମାନେ ଛେଳିଗୁଡ଼ିକୁ ପିକଅପ୍ ଭ୍ୟାନରେ ଭର୍ତ୍ତି କରୁଥିବା ସମୟରେ ଛେଳିଙ୍କ ଚିତ୍କାର ଶୁଣି ଉଦୟ ଉଠି ଆସିଥିଲେ।
ଦୁର୍ବୃତ୍ତମାନେ ତାଙ୍କୁ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ୬୦ରୁ ଅଧିକ ଛେଳି ଗୋଟିଏ ଗାଡ଼ିରେ ଭର୍ତ୍ତି କରି ଦ୍ରୁତ ଗତିରେ ପଳାଇଥିଲେ। କିଛି ସମୟ ପରେ ଗାଁ ଲୋକେ ଗୋଟିଏ ସ୍କର୍ପିଓକୁ କାବୁ କରିବାରେ ସଫଳ ହୋଇଥିଲେ। ହେଲେ ଦୁର୍ବୃତ୍ତମାନେ ଛେଳି ସହ ଅନ୍ୟ ଏକ ଗାଡ଼ିରେ ଫେରାର ହେବାରେ ସକ୍ଷମ ହୋଇଥିଲେ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ସ୍କର୍ପିଓକୁ ଜବତ କରି ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଆ ଖାଦ୍ୟ ଖାଇବେ ପ୍ରବାସୀ ଭାରତୀୟ: ପ୍ରଭାତୀ ପରିଡ଼ା
ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ବି ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ।
Miscellaneous
ଉଜୁଡ଼ିଗଲା ଫସଲ, ଜୀବନ ହାରିଦେଲେ ଚାଷୀ
ଚାଷ କରିବା ପାଇଁ କୈଳାସ ପାଖାପାଖି ଅଢେଇ ଲକ୍ଷ ଟଙ୍କା ଧାର କରଜ କରିଥିଲେ।
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।